ଦେଶ ବିଦେଶ

ହିମାଚଳ ପ୍ରଦେଶରେ ବ୍ୟାପକ କ୍ରସଭୋଟିଂ: କଂଗ୍ରେସ ସରକାର ପାଖରେ ବହୁମତ ନଥିବା ଦର୍ଶାଇ ଫ୍ଲୋର ଟେଷ୍ଟ ଦାବି କଲା ବିଜେପି

ସିମ୍‌ଲା: ହିମାଚଳ ପ୍ରଦେଶରେ ବଡ଼ ହଲଚଲ। ଗତକାଲି ରାଜ୍ୟସଭା ନିର୍ବାଚନ ଶେଷ ହୋଇ ଯାଇଥିବା ବେଳେ ରାଜ୍ୟର କଂଗ୍ରେସ ସରକାର ପାଖରେ ବହୁମତ ନଥିବା ଦର୍ଶାଇ ରାଜ୍ୟପାଳଙ୍କ ପାଖରେ ଫେରାଦ ହୋଇଛି ବିଜେପି । ବିଜେପି ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ ଫ୍ଲୋର୍‌ ଟେଷ୍ଟ୍‌ ଦାବି କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟପାଳ ଶିବ ପ୍ରତାପ ଶୁକ୍ଳାଙ୍କୁ ଭେଟିଛନ୍ତି । କଂଗ୍ରେସର ବିଧାୟକ ତାଙ୍କ ସରକାର ସପକ୍ଷରେ ନଥିବା ଦର୍ଶାଇ ରାଜ୍ୟପାଳଙ୍କୁ ଫେରାଦ ହୋଇଛି ବିଜେପି।

ଆଜି ହିମାଚଳ ବିଧାନସଭାରେ ବଜେଟ୍ ଉପସ୍ଥାପନ ହେବାକୁ ଥିବାବେଳେ ଏହା ପୂର୍ବରୁ ଡିଭିଜନ୍ ଭୋଟିଂର ଦାବି କରିଛି ବିଜେପି । ମଙ୍ଗଳବାର ରାଜ୍ୟସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ହର୍ଷ ମହାଜନଙ୍କ ବିଜୟ ହୋଇଛି । ଏହାପରେ କଂଗ୍ରେସ ସରକାରରେ ବଡ ଧରଣର ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହୋଇଛି । କଂଗ୍ରେସ ବିଧାୟକଙ୍କ କ୍ରସ୍ ଭୋଟିଂ ପାଇଁ ଦଳର ରାଜ୍ୟସଭା ପ୍ରାର୍ଥୀ ଅଭିଷେକ ମନୁ ସିଂଘବୀ ହାରି ଯାଇଛନ୍ତି । ବିଜେପି ପାଖରେ ସଂଖ୍ୟା ଗରିଷ୍ଠତା ନଥାଇ ବି ବିଜୟ ହାତେଇ ନେଇଛି । କଂଗ୍ରେସର ୬ ଜଣ ବିଧାୟକ କ୍ରସ୍ ଭୋଟିଂ କରିଥିବା କୁହାଯାଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ