ରାଜନୀତି ରାଜ୍ୟ

ବିଜେପିରେ ମିଶିଲେ ଅରବିନ୍ଦ ଢାଲି

ଭୁବନେଶ୍ବର: ଶନିବାର ବିଜେଡି ଛାଡ଼ିଥିବା ଜୟଦେବ ବିଧାୟକ ଅରବିନ୍ଦ ଢାଲି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଛନ୍ତି। ତାଙ୍କ ସହ ବୁଦ୍ଧନାଥ ବାରିକ, ଅମୂଲ୍ୟ କୁମାର ମହାପାତ୍ର, ବଳରାମ ମଲ୍ଲିକ, କୈଳାଶଚନ୍ଦ୍ର ସେଠୀ, ସୁରେନ୍ଦ୍ର ସେଠୀ, ରାଜେନ୍ଦ୍ର ସାହୁ, ରଶ୍ମି ପଣ୍ଡା, ରଞ୍ଜିତ କୁମାର ଜେନା, ଶ୍ରୀଧର ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି, ମାଲକାନଗିରିର ପୂର୍ବତନ ବିଧାୟକ ମୁକୁନ୍ଦ ‌ସୋଢ଼ୀ ବିଜେଡି ଛାଡ଼ି ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି। ମାଲକାନଗିରି ଜିଲ୍ଲାର ବରିଷ୍ଠ ବିଜେଡି ନେତା ଦେବ ମାଡ଼କାମୀ, ବିଶ୍ୱନାଥ ସରକାର, ଜିତେନ୍ଦ୍ର ସାମଲ, କମଳାକାନ୍ତ ଶର୍ମା, ଜ୍ୟୋତିରଞ୍ଜନ ଦାସ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ପ୍ରଦୀପ ପାଣିଗ୍ରାହୀ, ପ୍ରଶାନ୍ତ ଜଗଦ୍ଦେବ, ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର, ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ସୁକେଶୀ ଓରାମ, ମୁଖପାତ୍ର ଦିଲୀପ ମଲ୍ଲିକ, ସାଂସ୍କୃତିକ ପ୍ରକୋଷ୍ଠ ରାଜ୍ୟ ସଂଯୋଜିକା ପିଙ୍କି ପ୍ରଧାନ, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂହ, ଶ୍ରୀତମ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର