ରାଜ୍ୟ

ବିଜେଡିରେ ମିଶିଲେ ଅଧିରାଜ

ଭୁବନେଶ୍ୱର: ଖରିଆର ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଆଜି ସେ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ତାଙ୍କୁ ଦଳକୁ ସ୍ବାଗତ କରିଥିଲେ। ଶ୍ରୀ ପାଣିଗ୍ରାହୀଙ୍କ ସହ ଖରିଆର ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, ବୋଡ଼େନ ବ୍ଲକ୍ ଅଧ୍ୟକ୍ଷା ପ୍ରେମଶିଳା ନାଗ ଓ ଶିନାପଲ୍ଲୀ ଅଧ୍ୟକ୍ଷା ମାଧୁରୀ ମାଝୀ ବିଜେଡିରେ ସାମିଲ ହୋଇଥିଲେ। ଏହା ବାଦ୍ ୪୦ ଜଣ ସରପଞ୍ଚ, ୩୪ ସମିତି ସଭ୍ୟ ଓ ଶତାଧିକ କଂଗ୍ରେସ କର୍ମୀ ବିଜେଡିରେ ମିଶିଥିଲେ। ବିଧାୟିକା ତଥା ନୂଆପଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ସ୍ନେହାଙ୍ଗିନୀ ଛୁରିଆ ଉପସ୍ଥିତ ଥିଲେ। ଏହି ଯୋଗଦାନ ଫଳରେ ନୂଆପଡ଼ା ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ଦାସ ଓ ଶ୍ରୀ ମଙ୍ଗରାଜ କହିଥିଲେ। ଶ୍ରୀ ପାଣିଗ୍ରାହୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ, ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଲି। ନୂଆ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଯାହା ଦାୟିତ୍ବ ଦେବେ, ତାହାକୁ ସୁଚାରୁରୂପେ ତୁଲାଇବି। ଏହି ମିଶ୍ରଣ ପର୍ବରେ ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା ଓ ଅମିତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।