ରାଜ୍ୟ

ମୋଦୀଙ୍କୁ ପୁଟିନ, ଜେଲେନସ୍କିଙ୍କ ନିମନ୍ତ୍ରଣ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରୁଷ୍‌ ଓ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ କଥା ହୋଇ ଦୁଇଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଶାନ୍ତି ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଉଭୟ ୟୁକ୍ରେନ ରାଷ୍ଟ୍ରପତି ବୋଲଡିମିର ଜେଲେନସ୍କି ଏବଂ ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଲୋକସଭା ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିଜ ନିଜ ଦେଶକୁ ନିମନ୍ତ୍ରଣ କରିଛନ୍ତି। ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସେ ପୁଟିନଙ୍କ ସହ କଥା ହୋଇଛନ୍ତି ଏବଂ ରୁଷ୍‌ ରାଷ୍ଟ୍ରପତି ଭାବରେ ପୁନଃନିର୍ବାଚିତ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଭାରତ-ରୁଷ୍ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ କରିବାକୁ ରାଜି ହୋଇଛୁ ବୋଲି ମୋଦୀ କହିଛନ୍ତି। ଅନ୍ୟ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତ-ୟୁକ୍ରେନ୍ ଭାଗୀଦାରିକୁ ସୁଦୃଢ଼ କରିବା ପାଇଁ ସେ ଜେଲେନସ୍କିଙ୍କ ସହ ମଧ୍ୟ କଥା ହୋଇଛନ୍ତି। ଚାଲିଥିବା ସଂଘର୍ଷର ଶୀଘ୍ର ଅନ୍ତ ଘଟାଇବା ଓ ଶାନ୍ତି ପ୍ରତିଷ୍ଠା ଲାଗି ଭାରତ ଚାହେ ବୋଲି ସେ ଜଣାଇଛନ୍ତି। ଏହାର ଜବାବରେ ଜେଲେନସ୍କି କହିଛନ୍ତି, ୟୁକ୍ରେନର ସାର୍ବଭୌମତ୍ୱ, ଆଞ୍ଚଳିକ ଅଖଣ୍ଡତା, ମାନବିକ ସହାୟତା ଏବଂ ଶାନ୍ତି ଫର୍ମୁଲା ବୈଠକରେ ସକ୍ରିୟ ଅଂଶଗ୍ରହଣ ପାଇଁ ଭାରତର ସମର୍ଥନ ଲାଗି ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହୋଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।