ରାଜ୍ୟ

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।

ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଦାମ ରାଉତଙ୍କ ଚିକିତ୍ସା ଜାରି ରହିଥିଲା। ହୃଦଘାତ ପରେ ଦାମୋଦର ଗୁରୁତର ହୋଇଥିଲେ। ତିନିମାସ ତଳେ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ।

ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ। ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଥିଲେ।

ସୂଚନାଯୋଗ୍ୟ, ଡ. ଦାମୋଦର ରାଉତ ୧୯୪୨ ମସିହା ଜୁଲାଇ ୨ ତାରିଖରେ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ମହିମାଦେଇପୁର ଡାକଘର ଅଧୀନ ମାଳିପୁର ଗାଁରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ବାପା ଥିଲେ କପିଳ ଚନ୍ଦ୍ର ରାଉତ। ତାଙ୍କର ଏକମାତ୍ର ପୁଅ ସମ୍ବିତ ରାଉତ ଓ ଦୁଇ ଜଣ ଝିଅ (ପ୍ରୀତିନନ୍ଦା ରାଉତରାୟ) ଅଛନ୍ତି। ସମାଜ ସେବାକୁ ଭଲ ପାଇବା ସହିତ ସେ ଓଡ଼ିଶା ରାଜନୀତିର ଜଣେ ଅଭିଜ୍ଞ ରାଜନୀତିଜ୍ଞ ଥିଲେ। ରୁଷ, ଚୀନ, ଜାପାନ, ଥାଇଲାଣ୍ଡ, ଫିଲିପାଇନ୍ସ, ମାଲେସିଆ ଓ ତାଇୱାନ ଭ୍ରମଣ କରିଥିଲେ।

ଡ. ଦାମ ରାଉତ ୧୯୭୭ରୁ ୧୯୮୫ ଜନତା ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ। ୧୯୯୦ରୁ ୧୯୯୫ରେ ପୁଣି ଜନତ ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ। ବିଜେଡି ଟିକେଟରେ ୨୦୦୨ରୁ ୨୦୦୯ ଯାଏଁ ଏରସମାରୁ ଓ ୨୦୦୯ରୁ ୨୦୧୯ ଯାଏଁ ପାରାଦୀପରୁ ବିଧାୟକ ହୋଇଥିଲେ। ସାତ ଥର ବିଧାୟକ ହେବା ସହିତ ସେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ସାମାଜିକ କଲ୍ୟାଣ, ପଞ୍ଚାୟତିରାଜ ଓ ଅବକାରୀ, ମହିଳା ଓ ଶିଶୁ ବିକାଶ, ସୂଚନା ଓ ଲୋକସଂପର୍କ, ସଂସ୍କୃତି, କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଉନ୍ନୟନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ବିଭାଗରେ ମନ୍ତ୍ରୀ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।