ରାଜ୍ୟ

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ବର: ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ନିଜ ଇସ୍ଥଫା ପତ୍ରକୁ ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇ ଦେଇଛନ୍ତି। ଦୀର୍ଘ ୨୩ ବର୍ଷ ଧରି ବିଜେପିରେ ଥିବା ଭୃଗୁ ରାଜ୍ୟ ବିଜେପିର କାର୍ଯ୍ୟ ନେଇ ଅସନ୍ତୁଷ୍ଟ ଥିବା କୁହାଯାଉଥିଲା।

ହେବାକୁ ଯାଉଥିବା ଲୋକସଭା ନିର୍ବାଚନରେ ତାଙ୍କୁ କୌଣସି ସକ୍ରିୟ ଭୂମିକାରେ ନ ଥିଲେ। ଗତ ନିର୍ବାଚନରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ଳଢ଼ିଥିଲେ।
ନିଜ ଇସ୍ତଫା ପତ୍ରରେ ସେ କହିଛନ୍ତି ମୁଁ ଓଡ଼ିଶାର ଜନତାଙ୍କ ସେବା ଜାରି ରଖିବି।

ସେ ଇସ୍ତଫା ପତ୍ରରେ ଲେଖିଛନ୍ତି ମୁଁ ଦୀର୍ଘ ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ଦଳର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି। ଦଳ ଦେଇଥିବା ସମସ୍ତ ଦାୟିତ୍ବ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତାର ସହିତ ତୁଲାଇଛି। ବିଭିନ୍ନ ସାଂଗଠନିକ ଏବଂ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିବାରେ ଦଳ ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ ଦଳ ପ୍ରତି କୃତଜ୍ଞତା ଜଣାଉଛି। କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଳବ୍ଧି କରିବା ପରେ ମୁଁ ଏହି ନିଷ୍ପତ୍ତି ନେବାକୁ ସ୍ଥିର କରିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।