ଅପରାଧ ରାଜ୍ୟ

ଚାପିଦେଲା ଟ୍ରକ୍, ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ପଞ୍ଚମହଲାରେ ଟ୍ରକ୍ ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଡେରେଜାଙ୍ଗ ଗାଁର ରୁପା ଦେହୁରୀ (୪୮), ରାଜେନ୍ଦ୍ର ପ୍ରଧାନ (୨୨) ଏବଂ ସୁବ୍ରତ ପ୍ରଧାନ (୧୭)। ଏମାନଙ୍କ ମଧ୍ୟରେ ଦୁଇଜଣ ମାଛ ବେପାରୀ ଓ ଜଣେ କଲେଜ ଛାତ୍ର ଅଛନ୍ତି। ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ଲୋକେ ରାସ୍ତାରୋକ କରିଛନ୍ତି।

ଅନୁଗୁଳ ଦେଇ ଯାଇଥିବା ୫୫ନମ୍ବର ଜାତୀୟ ରାଜପଥରେ ପୁଣି ମୁଣ୍ଡ ଗଡ଼ିଛି। ଟ୍ରକ ଚାପାରେ ଏକା ଥରକେ ୩ଜଣଙ୍କ ଜୀବନ ଚାଲି ଯାଇଛି। ସୂଚନା ମୁତାବକ, ଜରପଡା ଥାନା ଡେରେଜାଙ୍ଗ ଗାଁର ରୁପା ଦେହୁରୀ (୪୮), ରାଜେନ୍ଦ୍ର ପ୍ରଧାନ (୨୨) ଓ ସୁବ୍ରତ ପ୍ରଧାନ (୧୭) ଆଜି ସକାଳୁ ଏକ ବାଇକରେ ଅନୁଗୁଳ ବଜାରକୁ କୌଣସି କାମରେ ଆସୁଥିଲେ। ତେବେ ପଞ୍ଚମହଲା ନିକଟରେ ପଛ ପାର୍ଶ୍ୱରୁ ଆସୁଥିବା ଏକ ଟ୍ରକ (ଏମ ପି -୦୯-ଏଚ ଏଚ -୮୨୭୬)ବାଇକକୁ ଧକ୍କା ଦେଇ ଘୋଷାଡ଼ି ନେଇଥିଲା। ଫଳରେ ବାଇକରେ ଥିବା ତିନିଜଣଙ୍କ ଜୀବନ ଚାଲି ଯାଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଥିବା ବେଳେ ସଦର ଥାନା ପୁଲିସ ସେଠାରେ ପହଞ୍ଚିଛି। ରାସ୍ତାରେ ଶହ ଶହ ଗାଡ଼ି ମଟର ଅଟକି ରହିଛି। ଏଥି ମଧ୍ୟରେ ଦୁଇଜଣ ମାଛ ବ୍ୟବସାୟୀ ରହିଥିବା ବେଳେ କଲେଜ ଛାତ୍ର ସୁବ୍ରତ ଟିଉସନ ହେବାକୁ ଯାଉଥିବା ଜଣାପଡ଼ିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।