ରାଜ୍ୟ ସ୍ପେଶାଲ ରିପୋର୍ଟ

ହିଞ୍ଜିଳିରୁ ନବୀନଙ୍କ ପ୍ରାର୍ଥିପତ୍ର ଦାଖଲ: ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ

ଛତ୍ରପୁର/ପୁରୁଷୋତ୍ତମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସକାଳ ପ୍ରାୟ ୧୧ଟା ୫ରେ ନରସିଂହପୁର ଛକ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ଦଳୀୟ ନେତା ଓ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ମା’ ତାରାତାରିଣୀଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଛତ୍ରପୁର ସର୍କିଟ୍‌ଗୃହ ଠାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ବହୁ ସଂଖ୍ୟା‌ରେ ମହିଳା, ପୁରୁଷ ଓ ବିଜେଡି କର୍ମୀ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ଜଣାଇଥିଲେ। ରିଟର୍ଣ୍ଣିଂ ଅଫିସର୍ ତଥା ଅତିରିକ୍ତ ଉପଜିଲ୍ଲାପାଳ ପାର୍ଥସାରଥି ହଁାସଦାଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ୪ ସେଟ୍ ନାମାଙ୍କନ ଦାଖଲ କରିଥିଲେ। କବିରାଜ ପ୍ରଧାନ, ସୁରେନ୍ଦ୍ରନାଥ ପ୍ରଧାନ, ଶରତ ଚନ୍ଦ୍ର ପାତ୍ର ଓ ସୁବାସ ଚନ୍ଦ୍ର ପଲେଇ ପ୍ରମୁଖ ପ୍ରସ୍ତାବକ ଓ ସମର୍ଥକଙ୍କ ସମେତ ଆଇନଜୀବୀ ବି. ଶ୍ରୀନିବାସ ଉପସ୍ଥିତ ଥିଲେ।

୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ସମେତ ଅର୍ଥମନ୍ତ୍ରୀ ବିକ୍ରମକେଶରୀ ଆରୁଖ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ଆସିକା ଲୋକସଭା ବିଜେଡି ପ୍ରାର୍ଥିନୀ ରଂଜିତା ସାହୁ, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଏବଂ ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀଙ୍କ ସମେତ ବହୁ ବିଜେଡି ନେତା ଉପସ୍ଥିତ ଥିଲେ। ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ କ୍ରମାଗତ ଷଷ୍ଠଥର ପାଇଁ ନିର୍ବାଚନ ଲଢ଼ିବା ଅଭିଯାନ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏଥର ହିଞ୍ଜିଳି ବ୍ୟତୀତ ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିରୁ ମଧ୍ୟ ନିର୍ବାଚନ ଲଢ଼ିବେ। ଆସିକା ସଂସଦୀୟ ଆସନ ଅଧୀନରେ ଥିବା ହିଞ୍ଜିଳିରେ ଆସନ୍ତା ମେ’ ୨୦ ତାରିଖରେ ମତଦାନ ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।