ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଜେପି ନେତାଙ୍କ ଉପରେ ବର୍ଷିଲେ ଭି କେ ପାଣ୍ଡିଆନ୍

ଭୁବନେଶ୍ବର: ସାମ୍ବାଦିକ ସମ୍ମଳନୀ କରି ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଦୋଷକୁ ଦେଖାଇଛନ୍ତି । କହିଛନ୍ତି, ୧୦ ବର୍ଷ ଧମେନ୍ଦ୍ର କେନ୍ଦ୍ରରେ ମନ୍ତ୍ରୀ ରହିଲେ ହେଲେ ଓଡିଶା ପାଇଁ କ’ଣ କଲେ?

ପାଣ୍ଡିଆନ୍ ଆହୁରି ମଧ୍ୟ କହିଛନ୍ତି, ଗତ ୧୦ ବର୍ଷ ଭିତରେ ଓଡିଶାର ସ୍ୱାର୍ଥ ନେଇ ମୁଁ କେନ୍ଦ୍ରମନ୍ତ୍ରୀଙ୍କୁ ଯାହା କିଛି ପଚାରିଛି, ସେ ମୋ ପ୍ରଶ୍ନର ଉତ୍ତର ଦେଇନାହାନ୍ତି। ଓଡ଼ିଶା ତ ଦୂରର କଥା ଯେଉଁ ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରୁ ଟିକେଟ୍ ପାଇବାକୁ ସେ ୧୦ ବର୍ଷ ହେବ ଉଦ୍ୟମ କରିଆସୁଥିଲେ ସେହି ଢେଙ୍କାନାଳ ପାଇଁ ସେ କ’ଣ କରିଛନ୍ତି? ଏପରିକି ନିଜ ଗାଁ ପାଇଁ ସେ କ’ଣ କରିଛନ୍ତି?

ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରରେ ୫ ବର୍ଷ ଶିକ୍ଷା ମନ୍ତ୍ରୀ ରହିଲେ ହେଲେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ପାଇଁ କ’ଣ କଲେ? କେନ୍ଦ୍ରୀୟ ବିଦ୍ୟାଳୟର ସଂଖ୍ୟା ବଢାଇଲେ ନା ଭଲ ସ୍କୁଲ କଲେ । ବରଂ ବିଜେଡି ଏଠି ୫ଟି ସ୍କୁଲ ଗଢିଛି । ଏବେବି ରାଜ୍ୟରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ବ୍ଲାକ ବୋର୍ଡରେ ପଢ଼ା ଯାଉଛି । ହେଲେ ୫ଟି ସ୍କୁଲରେ ସ୍ମାର୍ଟ ବୋର୍ଡରେ ପାଠ ପଢ଼ୁଛନ୍ତି ପିଲା ।

ଏହାବାଦ୍ ୧୦ ବର୍ଷ କେନ୍ଦ୍ର ମନ୍ତ୍ରୀ ରହି ରାଜ୍ୟ ପାଇଁ କ’ଣ କରିଛନ୍ତି। କଟକ-ସମ୍ବଲପୁର ଏନଏଚ କାମ ଆଜିଯାଏ ସରୁନି। ନିର୍ବାଚନ ବେଳେ ଏନଏଚ ୫୫ କାମ ତ୍ୱରାନିତ କଲେ। ପ୍ରକୃତ କଥା ହେଉଛି ମୁଖ୍ୟମନ୍ତ୍ରୀଙ୍କ ଚୌକି ଚାହୁଁଛନ୍ତି କେନ୍ଦ୍ରମନ୍ତ୍ରୀ ବୋଲି ଧର୍ମେନ୍ଦ୍ରଙ୍କୁ କଟାକ୍ଷ କରିଛନ୍ତି ସେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।