ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଉ ୪ ଦିନ କାଳବୈଶାଖୀ, ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟରେ ଆହୁରି ୪ ଦିନ କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଗାତାର କାଳବୈଶାଖୀ ବର୍ଷା‌ ଯୋଗୁ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା କମିଛି ।

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସା‌ରେ ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ ଏକ ଟ୍ରପଲାଇନ୍ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପବନ ଜାରି ରହିଛି । ଆସନ୍ତା ୫ ଦିନ ଯାଏ ଏଭଳି ପାଗ ରହିବ। ଆସନ୍ତା ୩-୪ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସାରା ରାଜ୍ୟକୁ ଆଲର୍ଟ ଜାରି ହୋଇଛି। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ସତର୍କ ସୂଚନାରେ ଉଲ୍ଲେଖ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ମାଛ ଧରିବା ପାଇଁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ୯ ତାରିଖ ଗୁରୁବାର ମଧ୍ୟ କାଳବୈଶାଖୀ ପ୍ରଭାବ ରହିବାର ପୂର୍ବାନୁମାନ କରାଯାଇଛି। ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ କହିଛି। କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ୮ରୁ ୯ ଡିଗ୍ରୀ ହ୍ରାସ ପାଇଛି। ବୁଧବାର ରାଜ୍ୟର ୨୦ ସହରରେ ତାପମାତ୍ରା ୩୫ ଡିଗ୍ରୀ ତଳେ ରହିଥିବା ରେକର୍ଡ ହୋଇଥିଲା ।

ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହିତ ପବନ ବହିଥିଲା। ଫଳରେ ଗଛ ଉପୁଡିବା ସହ କିଛି ଘରର ଛାତ ମଧ୍ୟ ଉଡିଯାଇଥିଲା। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଘଟଣା ଘଟିଥିଲା। ବିଭିନ୍ନ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବାରୁ ସହର ଓ ଆଖପାଖ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ପ୍ରଭାବିତ ହୋଇଥିଲା। ଏହା ସହିତ ଲୋ ଭୋଲଟେଜ୍ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।