ରାଜ୍ୟ

ବିଲରେ ଝୁଲୁଛି ବିଦ୍ୟୁତ୍‌ ତାର

ପଦ୍ମପୁର: କେନ୍ଦୁଝର ସଦର ବ୍ଲକ୍‌ ନୂଆଗାଁ ପଞ୍ଚାୟତ ନରସିଂହପୁର ଗ୍ରାମର ଉଠାଜଳ ପ୍ରକଳ୍ପ ଗୁଡ଼ିକୁ ସଂଯୋଗ କରୁଥିବା ବିଦ୍ୟୁତ୍‌ ତାର ଚାଷଜମି ଦେଇ ଯାଇଛି। ନୂଆଗାଁ ରାସ୍ତାର ବୁଲାଣି ନିକଟ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ବିଲରେ ତାର ଝୁଲି ରହିଥିବାରୁ ତାଙ୍କୁ ହଳ ଓ ରୁଆବଛା କରିବାରେ ସମସ୍ୟା ହେଉଛି।

ଚାଷଜମି ଦେଇ ଚଳପ୍ରଚଳ କରିବାକୁ ଲୋକେ ସୁରକ୍ଷିତ ମଣୁନାହାନ୍ତି। ବିଦ୍ୟୁତ୍‌ ଖୁଣ୍ଟ ନଥିବା ବେଳେ ବାଉଁଶ ସାହାଯ୍ୟରେ ତାରକୁ ଟେକା ଯାଇଥିବା ଦେଖିବାକୁ ମିଳୁଛି। ଏନେଇ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନଥିବାରୁ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଗାମୀ ଦିନରେ କୌଣସି ଅଘଟଣ ଘଟିଲେ ସେଥିପାଇଁ ବିଦ୍ୟୁତ୍‌ ବିଭାଗ ଦାୟୀ ରହିବ ବୋଲି ଚାଷୀମାନେ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।