ଦେଶ ବିଦେଶ

ମହାରାଷ୍ଟ୍ରରେ ବି ଲଭ ଜିହାଦ୍ ଆଇନ ଆସିବ କି ?

ମୁମ୍ବାଇ: ଉତ୍ତରପ୍ରଦେଶ ବିଧାନସଭାରେ ‘ଲଭ୍ ଜିହାଦ’ ରୋକିବା ପାଇଁ ଏକ ବିଲ୍ ପାରିତ ହୋଇଛି। ଏବେ ମହାରାଷ୍ଟ୍ର ମନ୍ତ୍ରୀ ତଥା ଶିବସେନା ନେତା ଉଦୟ ସାମନ୍ତ ଏହାକୁ ନେଇ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ୟୁପି ସରକାର ତିଆରି କରିଥିବା ଆଇନ ପରି ମହାରାଷ୍ଟ୍ରର ଗୃହ ମନ୍ତ୍ରଣାଳୟ ଦ୍ୱାରା ଏକ ଆଇନ ପ୍ରଣୟନ ହେବା ଉଚିତ୍ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିବସେନା ଯାହା ବି ଆଇନ ତିଆରି କରିବ ତାକୁ ସମର୍ଥନ କରିବ। ଚଳିତ ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଉଦୟ ସାମନ୍ତ ଏହି ଦାବି କରିଛନ୍ତି। ମହାରାଷ୍ଟ୍ରରେ ଗୃହ ମନ୍ତ୍ରଣାଳୟ ବିଜେପି ସହ ରହିଛି। ବରିଷ୍ଠ ବିଜେପି ନେତା ତଥା ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ରାଜ୍ୟର ଗୃହମନ୍ତ୍ରୀ ଅଛନ୍ତି।

ସୂଚନାଯୋଗ୍ୟ ଯେ, ଉତ୍ତରପ୍ରଦେଶ ବିଧାନସଭାରେ ଆଜି ଲଭ୍ ଜିହାଦ ବିଲ (ବେଆଇନ ଧର୍ମ ପରିବର୍ତ୍ତନ ନିଷେଧ (ସଂଶୋଧନ) ବିଲ୍ ୨୦୨୪) ପାସ ହୋଇଯାଇଛି । ଏହି ବିଲକୁ ସୋମବାର ଆଗତ କରାଯାଇଥିଲା । ଏହି ବିଲ୍ ରେ ପୂର୍ବରୁ ନିର୍ଦ୍ଧାରିତ ଅପରାଧ ପାଇଁ ଦଣ୍ଡ କୁ ଦ୍ୱିଗୁଣିତ କରାଯାଇଥିବା ବେଳେ ନୂଆ ଅପରାଧକୁ ମଧ୍ୟ ଯୋଡ଼ାଯାଇଛି ଯେଉଁଥିରେ ଆଜୀବନ କାରାଦଣ୍ଡର ବ୍ୟବସ୍ଥା ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ