ରାଜ୍ୟ

ଉତ୍ତରପ୍ରଦେଶରୁ ଆଳୁ ଆସି ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ପଶ୍ଚିମବଙ୍ଗ ନୁହେଁ, ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ। ଆଜି ସେଠାରୁ କିଛି ଟ୍ରକ ଆଳୁ ଆସି ରାଜ୍ୟରେ ପହଞ୍ଚିଛି। ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ମନ୍ତ୍ରୀ ଶ୍ରୀ ପାତ୍ର କହିଥିଲେ, ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ମନମୁଖୀ କାର୍ଯ୍ୟ କରୁଛନ୍ତି। ଏ ଦୃଷ୍ଟିରୁ ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି। ଫଳରେ ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁର ନିର୍ଭରଶୀଳତା ହ୍ରାସ ପାଇବ। ଉତ୍ତରପ୍ରଦେଶ ସରକାର ଏଥିପାଇଁ ସମସ୍ତ ସହଯୋଗ ଯୋଗାଇଦେବେ। ରାଜ୍ୟର ଏକ ପ୍ରତିନିଧି ମଣ୍ଡଳୀ ଖୁବଶୀଘ୍ର ଉତ୍ତରପ୍ରଦେଶ ଗସ୍ତ କରିବ। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଓଡ଼ିଶାର ଅସ୍ମିତା ରକ୍ଷା ସହ ପଡ଼ୋଶୀ ରାଜ୍ୟ ଉପରେ ଆଳୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ଆଳୁ ସହ ଅନ୍ୟାନ୍ୟ ସାମଗ୍ରୀ ଉତ୍ପାଦନ ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଓଡ଼ିଶା ବ୍ୟବସାୟୀ ଓ ବିଭିନ୍ନ ସଂଘର ଅନୁରୋଧକୁ ରକ୍ଷା କରି ଉତ୍ତରପ୍ରଦେଶରୁ ଆଳୁ ଆଣିବା ପାଇଁ ସରକାର ପଦକ୍ଷେପ ନେଇଥିବା ସେ କହିଛନ୍ତି। ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡାଙ୍କ ସହ ବିଭିନ୍ନ ସଂଘର କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଉଲ୍ଲେଖ ଯେ ଗତ କିଛିଦିନ ହେବ ରାଜ୍ୟରେ ଆଳୁ ସଂକଟ ଲାଗି ରହିଛି। ପଶ୍ଚିମବଙ୍ଗ ସରକାର ଓଡ଼ିଶା ସମେତ ଅନ୍ୟ ରାଜ୍ୟ ଉପରେ ଆଳୁ ରପ୍ତାନି ଉପରେ ରୋକ ଲଗାଇଛନ୍ତି। ଓଡ଼ିଶା ସୀମାରୁ ଶହ ଶହ ଟ୍ରକ୍‌ ଅନୁମତି ନ ପାଇବାରୁ ଫେରି ଯାଇଥିଲେ। ଯାହାଫଳରେ ଓଡ଼ିଶାରେ ଆଳୁ ଅଭାବ ସହ ଦର ବଢ଼ିଯାଇଛି। ବ୍ୟବସାୟୀମାନଙ୍କୁ ୩୨ ଟଙ୍କାରେ ଆଳୁ ବିକ୍ରି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ‌ବି ଦୋକାନୀମାନେ ଶୁଣି ନ ଥିଲ

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।