ରାଜ୍ୟ

ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ, ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ

ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ତଥା ସଂଖ୍ୟାଲଘୁ ବିଭାଗର ମନ୍ତ୍ରୀ କିରଣ ରିଜିଜୁ। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ , ବିମାନବନ୍ଦରରେ ସ୍ବାଗତ କରିଛନ୍ତି ସଂସଦୀୟ ବ୍ୟାପାର ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ। ଆଜି ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ। ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ। ଏହାପରେ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବେ।

ସୂଚନାଯୋଗ୍ୟ ଯେ, ବିଧାନସଭାରେ ନୂଆ ବିଧାୟକ ନେବେ ପ୍ରଶିକ୍ଷଣ। ଦୁଇ ଦିନ ଧରି ଚାଲିବ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ତେବେ ଦଳୀୟ ଭିତ୍ତିରେ କାର୍ଯ୍ୟକ୍ରମ ହେଉଥିବାର ଅଭିଯୋଗ ଆଣି ଉଭୟ ବିଜେଡି ଓ କଂଗ୍ରେସ ଏହାର ବର୍ଜନ କରିଛନ୍ତି। ଦୁଇ ବିରୋଧୀ ଦଳର ବର୍ଜନ ପରେ ଏବେ ବିଜେପିର ବିଧାୟକଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଚାଲିବା ଏକ ପ୍ରକାର ନିଶ୍ଚିତ ହୋଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।