ରାଜ୍ୟ

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

ପୁରୀ: ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତ୍ୟେକ ଭକ୍ତଙ୍କୁ ମିଳିବ ଅବଢ଼ା। ପ୍ରତ୍ୟେକ ଦିନ ଲକ୍ଷେରୁ ଅଢେଇ ଲକ୍ଷ ଭକ୍ତ ପାଇବେ ପ୍ରସାଦ। ଏନେଇ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ମାଗଣା ପ୍ରସାଦ ବଣ୍ଟନ ପାଇଁ ବିଭିନ୍ନ ଦାତାଙ୍କ ସହ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଆସୁଥିବା ପ୍ରତ୍ୟେକ ଭକ୍ତ ଅବଢ଼ା ଟିକିଏ ପାଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି। ଏହି ପ୍ରକ୍ରିୟା ଆରମ୍ଭ ହେବା ପରେ ଯେଭଳି ଅଧାରୁ ବନ୍ଦ ନହୁଏ ସେ ଦିଗରେ ଆନୁସଙ୍ଗିକ ବ୍ୟବସ୍ଥା ମାନ ପ୍ରସ୍ତୁତ ହେଉଛି।

ପ୍ରତ୍ୟେକ ଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଥିବା ବେଳେ ପର୍ବପର୍ବାଣୀ ଦିନରେ ଦୁଇ ଅଢେଇ ଲକ୍ଷ ଭକ୍ତ ଆସିଥାନ୍ତି। ସେମାନଙ୍କୁ କିଭଳି ଭାବରେ ମାଗଣା ମହାପ୍ରସାଦ ଯୋଗାଇ ଦିଆଯାଇପାରିବ ସେନେଇ ରୂପରେଖ ଦେବାକୁ ପ୍ରଚେଷ୍ଟା ଚାଲିଥିବା ବେଳେ ବିଭିନ୍ନ ଦାତାଙ୍କ ସହ ଆଲୋଚନା ମଧ୍ୟ ଚାଲିଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ସୁରେଶ ମହାପାତ୍ର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ବେଳେ ଏହି ବ୍ୟବସ୍ଥା ଲାଗୁ କରିଥିଲେ। ଏଥି ପ୍ରତି ଜନ ସମର୍ଥନ ବଢିବାରୁ ଶ୍ରୀମନ୍ଦିର ପ୍ରଶାସନ ମାଗଣା ମହାପ୍ରସାଦ ସେବାକୁ ବୃହତ ଆକାରରେ କରିବା ପାଇଁ ନିଷ୍ପତ୍ତି ନେଇଥିଲା। ଏଥି ନିମନ୍ତେ ଶେଷଥର ୨୦୧୮-୧୯ ଆର୍ଥିକ ବଜେଟରେ ଦେଢ କୋଟି ଟଙ୍କାର ବ୍ୟୟବରାଦ ହୋଇଥିଲା। ମାତ୍ର କୋଭିଡ୍ ପରଠୁ ଆଉ ଭକ୍ତଙ୍କୁ ମାଗଣା ମହାପ୍ରସାଦ ଦିଆଯାଉନି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।