ରାଜ୍ୟ

ଆସିଲା ‘ସୁଭଦ୍ରା’ ଗାଇଡଲାଇନ୍‌, କିଏ ହୋଇପାରିବେ ହିତାଧିକାରୀ ଜାଣନ୍ତୁ

ଓଡ଼ିଶାର ମହିଳାଙ୍କ ପାଇଁ ବିଜେପି ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି। ପୂର୍ବରୁ ଏସ୍‌ଓପି ଜାରି କରିଥିବା ବେଳେ ଏବେ ଗାଇଡଲାଇନ୍‌ ବାହାର କରିଛନ୍ତି। ଏହି ‌ଗାଇଡଲାଇନ୍‌ ମାଧ୍ୟମରେ କିଏ ହିତାଧିକାରୀ ହୋଇପାରିବେ ରାଜ୍ୟ ସରକାର ଏନେଇ ସ୍ପଷ୍ଟକରିଛନ୍ତି।

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ନେଇ ରାଜ୍ୟ ସରକାର ସୋମବାର ଗାଇଡଲାଇନ୍‌ ଜାରି କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜାରି ହୋଇଥିବା ‘ସୁଭଦ୍ରା’ ଯୋଜନାରେ ମୋହନ ମାଝୀ ସରକର କହିଛନ୍ତି ଜୁଲାଇ ୧ ତାରିଖ ସୁଦ୍ଧା ୨୧ରୁ ଅଧିକ ୬୦ ବର୍ଷରୁ କମ୍ ବୟସ୍କ ମହିଳା ସାମିଲ ହୋଇପାରିବେ। ଆଧାରକାର୍ଡରେ ଥିବା ଜନ୍ମ ତାରିଖକୁ ଗ୍ରହଣ କରାଯିବ। 

ଗତ ୨୩ ତାରିଖ ଦିନ ରାଜ୍ୟରେ କ୍ଷମତାସୀନ ବିଜେପି ସରକାର ‘ସୁଭଦ୍ରା’ ଯୋଜନା ପାଇଁ ଏସ୍‌ଓପି ଜାରି କରିଥିଲେ। ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏ ସଂପର୍କରେ ଘୋଷଣା କରିଥିଲେ। ୨୧-୬୦ବର୍ଷର ମହିଳାଙ୍କୁ ବାର୍ଷିକ ୨ଟି କିସ୍ତିରେ ୧୦ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଆସନ୍ତା ୫ବର୍ଷରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ। ନିଜ ଇଚ୍ଛା‌ରେ ସେ ଏହି ଟଙ୍କା ଖର୍ଚ୍ଚ କରିପାରିବେ।

ଗତ ୨୩ ତାରିଖ ଦିନ ରାଜ୍ୟରେ କ୍ଷମତାସୀନ ବିଜେପି ସରକାର ‘ସୁଭଦ୍ରା’ ଯୋଜନା ପାଇଁ ଏସ୍‌ଓପି ଜାରି କରିଥିଲେ। ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏ ସଂପର୍କରେ ଘୋଷଣା କରିଥିଲେ।

ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତି ଅନୁଯାୟୀ ଏହି ଯୋଜନା ୨୦୨୪-୨୫ରୁ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଏଥିପାଇଁ ୫୫,୮୨୫ କୋଟି ଟଙ୍କା ଖର୍ଚ୍ଚ ହେବ। କୋଟିରୁ ଅଧିକ ମହିଳା ଏଥିରେ ଉପକୃତ ହେବେ। ସମସ୍ତ ହିତାଧିକାରୀଙ୍କୁ ରାଖି ପୂର୍ଣ୍ଣିମା ଓ ଅନ୍ତର୍ଜାତୀୟ ମହିଳା ଦିବସ(୮ ମାର୍ଚ୍ଚ)ରେ ୫ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ସହାୟତା ପ୍ରଦାନରେ ସ୍ବଚ୍ଛତାକୁ ନିଶ୍ଚିତ କରିବା ପାଇଁ ଆଧାର ପେମେଣ୍ଟ ବ୍ରିଜ୍ ସିଷ୍ଟମ୍‌(ଏପିବିଏସ୍‌) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ। ଏହାସହ ହିତାଧିକାରୀଙ୍କୁ ଏକ ‘ସୁଭଦ୍ରା’ ଡେବିଟ୍‌ କାର୍ଡ ମଧ୍ୟ ପ୍ରଦାନ କରାଯିବ। 

ଏହି ଯୋଜନାରେ ସାମିଲ ହେବା ପାଇଁ ମହିଳାମାନେ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ର ଇତ୍ୟାଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ। ଏଥିପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ। ଏହାର କାର୍ଯ୍ୟକାରିତା ଓ ତଦାରଖ ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ‘ସୁଭଦ୍ରା’ ସମିତି ଗଠନ କରିବ। ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ  ଓ ପୌରାଞ୍ଚଳରେ ସର୍ବାଧିକ ପରିମାଣର ଡିଜିଟାଲ କାରବାର କରିଥିବା ୧୦୦ଜଣ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ଅତିରିକ୍ତ ୫ଶହ ଟଙ୍କା ପ୍ରୋତ୍ସାହନ ରାଶି ଭାବେ ପ୍ରଦାନ କରାଯିବ। 

ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ। ଏହାବାଦ୍ କୌଣସି ସରକାରୀ ଯୋଜନାରେ ମାସିକ ୧୫ଶହ କିମ୍ବା ତା’ଠାରୁ ଅଧିକ ବା ବାର୍ଷିକ ୧୮ହଜାର ଟଙ୍କା ବା ତା’ଠାରୁ ଅଧିକ ସହାୟତା ରାଶି ପାଉଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ। 

‘ସୁଭଦ୍ରା’ ଯୋଜନା ସଂପର୍କରେ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏହା ଏକ ଯୁଗାନ୍ତକାରୀ ଯୋଜନା। ଏହି ଯୋଜନା କୋଟିଏରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିବ। ରାଜ୍ୟ କ୍ୟାବିନେଟ ଏହି ଦୂରଦୃଷ୍ଟି ସଂପନ୍ନ ଓ ସୁଦୂରପ୍ରସାରୀ ନିଷ୍ପତ୍ତି ସରକାରଙ୍କ ଦ୍ବାରା ଜନସାଧାରଣଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବ। ‘ସୁଭଦ୍ରା’ ଯୋଜନାର ସଫଳ କାର୍ଯ୍ୟାନ୍ବୟନ ଓ ରୂପାୟନ ପାଇଁ ଏହି ଯୋଜନାରୁ ଯେପରି କୌଣସି ଯୋଗ୍ୟ ମହିଳା ବଞ୍ଚିତ ନ ହୁଅନ୍ତି ସେଥିପାଇଁ ସକ୍ରିୟ ସହଯୋଗ କାମନା କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।