ରାଜ୍ୟ

ବିରୋଧୀ ସଦସ୍ୟଙ୍କ ହୋହଲ୍ଲା : ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଆଜି ବିଧାନସଭା ଆରମ୍ଭରେ ବିରୋଧୀ ସଦସ୍ୟମାନେ ହୋହଲ୍ଲା କରିବାରୁ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ।

ଭୁବନେଶ୍ବର: ଆଜି ବିଧାନସଭା ଆରମ୍ଭରେ ବିରୋଧୀ ସଦସ୍ୟମାନେ ହୋହଲ୍ଲା କରିବାରୁ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଏହାପରେ କଂଗ୍ରେସ ବିଧାୟକମାନେ ବି ବିଜେଡି ସଦସ୍ୟମାନଙ୍କ ସହ ସ୍ବର ମିଶାଇଥିଲେ। ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ  ବାଧ୍ୟହୋଇ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ।
ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଥିଲେ। ତାପରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।