ରାଜ୍ୟ

ହାତୀକୁ ଘଉଡ଼ାଉଥିଲେ, ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା

ନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଦନ୍ତା ହାତୀକୁ ଘଉଡ଼ାଉଥିବା ବେଳେ ଜଣେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି।

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଦନ୍ତା ହାତୀକୁ ଘଉଡ଼ାଉଥିବା ବେଳେ ଜଣେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଲୁକୁତା ଗ୍ରାମର ଗୋବିନ୍ଦ ମୁଣ୍ଡା। ସ୍ଥାନୀୟ ଅଞ୍ଚଳରେ ହାତୀ ଆତଙ୍କ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଦୁଇ ଦିନ ଧରି ଏକ ଗୋଠଛଡ଼ା ଦନ୍ତାହାତୀ ଉତ୍ପାତ ଚଲେଇଥିବା ବେଳେ ବନବିଭାଗ ଓ ଗ୍ରାମବାସୀ ମିଳିତ ଘଉଡ଼ାଉଥିବା ବେଳେ ହାତୀଟି ବୁଲି ପଡ଼ି କୁଲୁକୁତା ଗ୍ରାମର ଗୋବିନ୍ଦ ମୁଣ୍ଡାଙ୍କୁ ଶୁଣ୍ଢରେ କଚାଡ଼ିଦେଇଥିଲା, ପରେ ସେ ଗୁରୁତର ହୋଇ ପଡ଼ିଥିବାରୁ ତାଙ୍କୁ ବନବିଭାଗ ସଙ୍ଗେ ସଙ୍ଗେ ବଣାଇ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।