ରାଜ୍ୟ

ଓଡ଼ିଶାରେ ଗଡ଼ିବ ଆଉ ୩ଟି ବନ୍ଦେ ଭାରତ

ଭୁବନେଶ୍ୱର: ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ ହେବ। ସେଥିମଧ୍ୟରୁ ଓଡ଼ିଶା ମଧ୍ୟରେ ୩ଟି ଟ୍ରେନ୍‌ ଚଳାଚଳ କରିବ। ସେଗୁଡ଼ିକ ହେଲା ଟାଟାନଗର-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାୱଡା ବନ୍ଦେ ଭାରତ ଓ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍‌। ବ୍ରହ୍ମପୁର ଷ୍ଟେସନରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରିଛନ୍ତି। ରେଳ ମନ୍ତ୍ରଣାଳୟ ପକ୍ଷରୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କ୍‌ୱାଲ ଆଜି ବିଧାନସଭା କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ସାକ୍ଷାତ କରି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ସମାରୋହରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି।

 କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ଏଥିପାଇଁ ସ୍ୱତନ୍ତ୍ର ନିମନ୍ତ୍ରଣପତ୍ର ଓ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି ନିମନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମଧ୍ୟ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନା ଅନୁଯାୟୀ ଏବେ ଓଡ଼ିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ଟି ଟ୍ରେନ୍‌ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ୍‌ ଓଡ଼ିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବଜେଟରେ ଓଡ଼ିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବାକୁ ୧୦ ହଜାର ୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪ ହଜାର ୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।