ରାଜ୍ୟ

ଗାଡ଼କଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ଲୋକଙ୍କ ସହ ମନଖୋଲି କଥା ହେଲେ

ଭୁବନେଶ୍ବର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣାରେ ପହଞ୍ଚିଛନ୍ତି। ସେଠାରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି। ରାଜଧାନୀ ନିକଟ ଗାଡ଼କଣ ଗାଁରେ ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଖାଇଛନ୍ତି କ୍ଷୀରି। ମୋଦୀଙ୍କ ପାଇଁ ଅନ୍ତର୍ଯ୍ୟାମୀଙ୍କ ବୋହୂ ସୁସ୍ୱାଦୁ କ୍ଷୀରି ପ୍ରସ୍ତୁତ କରିଥିଲେ। ଗାଡ଼କଣରେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀମାନଙ୍କୁ ଗୃହପ୍ରବେଶ କରାଇଛନ୍ତି। ଏଠାରେ ଲୋକଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ଥାନୀୟ ବାସିନ୍ଦାଙ୍କ ସହ ମନଖୋଲି କଥା ହୋଇଥିବାର ଦେଖିବାକୁ ମିଳିଛି। ଲୋକେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଗାଡ଼କଣରେ ପୁଲିସ ପକ୍ଷରୁ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଗାଡ଼କଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେଠାରେ ଓଡ଼ିଶା ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।