ଭୁବନେଶ୍ବର, ୦୩।୦୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୫୯୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୧୨୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।