ଓଡ଼ିଆ ନବବର୍ଷର ଶୁଭେଚ୍ଛା: ଟ୍ୱିଟ୍ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର ୧୪/୪: ଆଜି ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି । ଏହି ଉପଲକ୍ଷେ ଓଡ଼ିଶାର ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଆପଣମାନଙ୍କ ମନୋସ୍କାମନା ପୂର୍ଣ୍ଣ ହେଉ ଏହା ହିଁ ମୋର ପ୍ରାର୍ଥନା । ସେହିପରି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]