ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୭୬ ଛୁଇଁଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର ୧।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି […]