୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୫ ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୫୯୬ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୧ ହଜାର ୬୪୭ ଜଣ ଓ ସକ୍ରିୟ ରହିଛନ୍ତି ୩୦୫୭ଜଣ। ଏ […]