ଆରମ୍ଭ ହେଲା ଅଲାରନାଥଙ୍କ ଅଣସର ଦର୍ଶନ
ବ୍ରହ୍ମଗିରି : ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଅତ୍ୟଧିକ ସ୍ନାନ ପରେ ଜ୍ବରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଶ୍ରଦ୍ଧାଳୁମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ସୋମବାରଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି। ପ୍ରଥମଦିନରୁ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ସୂଚନା ଅନୁସାରେ, ମଙ୍ଗଳ ଆଳତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ବାରପାଳ ପୂଜା, ସୂର୍ଯ୍ୟପୂଜା, ରୋଷ ହୋମ ଓ ଗୋପାଳ ବଲ୍ଲଭ ଉଠି ସକାଳ ୫ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ […]









