ରାଜ୍ୟରେ ଆଜି ୨୪୫ କରୋନା ପଜିଟିଭ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ ୫୮, ୪୩ ଜଣ ୧୮ ବର୍ଷରୁ କମ୍ ବୟସର
ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର […]
