ଭାଦ୍ରବ କୃଷ୍ଣ ଏକାଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ
ପୁରୀ ୨୩/୦୮: ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ୱିତ କରାଯାଇଥାଏ । ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ । ଫେଣିଆ […]