ଚିତାଲାଗି ଅମାବାସ୍ୟା : ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତି, ଅପରାହ୍ନ ୨ଟାରୁ ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ ୨୮।୦୭: ଆଜି ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରରେ ମହାପ୍ରଭୁ ଆଜି ଲାଗି ହେବେ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ। ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ସ୍ନାନପୂର୍ଣମୀ […]