କାର୍-ଅଟୋ ମୁହାଁମୁହିଁ ଧକ୍କା : ୩ ମୃତ, ୫ ଆହତ
ସୋନପୁର ୧୨।୦୭: କାର୍- ଅଟୋ ମୁହାଁମୁହିଁ ଧକ୍କା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତ କରାଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋନପୁର ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖାରି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । […]