୧୮୦୦ କୋଟି ଟଙ୍କାର ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ: ଗଗନଯାନର ଅଗ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ତିରୁଅନନ୍ତପୁରମ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁଅନନ୍ତପୁରମ୍ଠାରେ ବିକ୍ରମ ସରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସ୍ସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଏସ୍ଏଲ୍ଭି ଇଣ୍ଟିଗ୍ରେସନ୍ ଫାସିଲିଟି (ପିଆଇଏଫ୍), ମହେନ୍ଦ୍ରଗିରିସ୍ଥିତ ଇସ୍ରୋ ପ୍ରପଲସନ୍ କମ୍ପ୍ଲେକ୍ସରେ ନୂତନ ‘ସେମି-କ୍ରାୟୋଜେନିକ୍ସ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ ଷ୍ଟେଜ୍ ଟେଷ୍ଟ୍ ଫାସିଲିଟି’; ଏବଂ ତିରୁଅନନ୍ତପୁରମ୍ର ଭିଏସ୍ଏସ୍ସିଠାରେ ‘ଟ୍ରାଇସୋନିକ୍ ୱିଣ୍ଡ ଟନେଲ୍’ […]









