ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

Cyclone ‘Montha’: ବଳ ଗୋଟାଇ ମାଡ଼ିଆସୁଛି ବାତ୍ୟା ମୋନ୍ଥା, କାଲି ସନ୍ଧ୍ୟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ବଳ ଗୋଟାଇ ମାଡ଼ିଆସୁଛି ବାତ୍ୟା ମୋନ୍ଥା। ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା। ଗୋପାଳପୁରଠାରୁ ୮୫୦ କିଲୋମିଟର ଦୂରରେ ବାତ୍ୟା। କାକିନାଡ଼ାଠାରୁ ୬୮୦ କିମି ଦୂରରେ ମୋନ୍ଥା।

ବଳ ଗୋଟାଇ ମାଡ଼ିଆସୁଛି ବାତ୍ୟା ମୋନ୍ଥା। ଗତକାଲି ରାତିରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଏବେ ଗୋପାଳପୁରଠାରୁ ୮୫୦ ଏବଂ ଆନ୍ଧ୍ରପ୍ରଦେଶ କାକିନାଡ଼ାଠାରୁ ୬୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟା ପ୍ରତି ୧୬ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି। 
କାଲି ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ । କାଲି ସନ୍ଧ୍ୟାରୁ ଆରମ୍ଭ ହୋଇଯିବ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ରାତି ଭିତରେ ଆନ୍ଧ୍ର ଉପକୂଳକୁ ମାଡ଼ି ଆସିବ ବାତ୍ୟା। ମଛଲିପଟନମ୍ ଓ କଳିଙ୍ଗପଟନମ୍ ଭିତରେ କାକିନାଡ଼ା ପାଖରେ ସାଇକ୍ଲୋନ୍ ସ୍ଥଳଭାଗ ଅତିକ୍ରମ କରିବ। 
ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ରହିଥିବ। ଝଟକା ପବନ ୧୧୦ କିଲୋମିଟର ଯାଏଁ ବଢ଼ିପାରେ। ଏବେଟୁ କାକିନଡ଼ାରେ ପଡ଼ିଲାଣି ବାତ୍ୟା ପ୍ରଭାବ । ସମୁଦ୍ର ଅଶାନ୍ତ ହେବା ସହିତ ବର୍ଷା ବି ଆରମ୍ଭ ହୋଇଗଲାଣି । ଆସନ୍ତାକାଲି ସକାଳୁ ପବନର ବେଗ ବଢିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
•    ମାଡ଼ିଆସୁଛି `ମୋନ୍ଥା’
•    ବଳ ଗୋଟାଇ ମାଡ଼ିଆସୁଛି ବାତ୍ୟା ମୋନ୍ଥା
•    ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା
•    ଗୋପାଳପୁରଠାରୁ ୮୫୦ କିଲୋମିଟର ଦୂରରେ ବାତ୍ୟା
•    କାକିନାଡ଼ାଠାରୁ ୬୮୦ କିମି ଦୂରରେ ମୋନ୍ଥା
•    କାଲି ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ
•    କାଲି ସନ୍ଧ୍ୟାରୁ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
•    କାଲି ରାତି ଭିତରେ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍
•    ଲ୍ୟାଣ୍ଡଫଲ୍ ବେଳେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ
•    ସମୁଦ୍ର ଅଶାନ୍ତ ସହିତ ଆରମ୍ଭ ହେଲାଣି ବର୍ଷା
•    ଆସନ୍ତାକାଲି ସକାଳୁ ପବନର ବେଗ ବଢିପାରେ
•    ରେଡ୍ ଜୋନରେ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲା 
•    ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ରେଡ୍ ଜୋନ୍
•    ରେଡ୍ ଜୋନରେ ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି 
•    ୮ ଜିଲ୍ଲାକୁ ଗଲେଣି ୧୨୮ଟି ଉଦ୍ଧାରକାରୀ ଟିମ୍

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ