ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ନୀତିକାନ୍ତି ଅଢେଇ ଘଣ୍ଟା ବିଳମ୍ବରେ ଚାଲୁଛି। ଏନେଇ ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି। ବ୍ରାହ୍ମଣ ନିଯୋଗ ସମ୍ପାଦକ ରଥ ପ୍ରସ୍ତୁତିରେ ବିଳମ୍ବ ଓ ମନ୍ଦିର ପ୍ରଶାସନର ଅବହେଳାକୁ ଏଥିଲାଗି ଦାୟୀ କରିଛନ୍ତି। ଯଦି ଏହି ଭଳି ଭାବେ ବିଳମ୍ବରେ ନୀତି ଚାଲେ, ତେବେ ପହଣ୍ଡି ବିଳମ୍ବ ହେବା ସହ ୫ ଟା ବେଳେ ରଥ ଟଣା ଆରମ୍ଭ ହେବା ନେଇ ଅନୁମାନ କରାଯାଉଛି ବୋଲି ବ୍ରାହ୍ମଣ ନିଯୋଗ ସମ୍ପାଦକ କହିଛନ୍ତି।
ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ପୁରୁଣା ଭୁବନେଶ୍ବରର ରଥଦାଣ୍ଡରେ ଗଡ଼ିବ ରୁକୁଣା ରଥ। ମହାପ୍ରଭୁ ଶ୍ରୀଲିଙ୍ଗରାଜ ଯିବେ ମାଉସୀ ଘର (ରାମେଶ୍ବର ମନ୍ଦିର)। ରଥରେ ଦେବଦେବ ମହାଦେବଙ୍କ ଚଳନ୍ତି ପ୍ରତିମା ପ୍ରଭୁ ଚନ୍ଦ୍ରଶେଖରଙ୍କ ସହ ବିଜେ କରିବେ ପ୍ରଭୁ ବାସୁଦେବ (ଦୋଳଗୋବିନ୍ଦ) ଓ ଦେବୀ ରୁକୁଣା ବା ରୁକ୍ମିଣୀ। ୬ ଦିନ ପାଇଁ ନିଜ ମନ୍ଦିର ଓ ପତ୍ନୀ ଦେବୀ ପାର୍ବତୀଙ୍କୁ ଛାଡ଼ି ଭାଇ ଭଉଣୀଙ୍କ ସହ ମାଉସୀ ଘର ଯିବେ ପ୍ରଭୁ ଶ୍ରୀଲିଙ୍ଗରାଜ। ରାମେଶ୍ବର ମନ୍ଦିରରେ ମାଉସୀ ଘରେ ହେବ ହରି-ହର ଭେଟ। ମାନ କରିବେ ମା’ ପାର୍ବତୀ। ରାଗରେ ରଥ ଭାଙ୍ଗିବେ। ଏମିତିକି ପ୍ରତ୍ୟାବର୍ତ୍ତନ ବେଳେ ମନ୍ଦିର କବାଟ କିଳି ଦିଅନ୍ତି। ପରେ ମାନଭଞ୍ଜନ କରିବେ ପ୍ରଭୁ ଲିଙ୍ଗରାଜ ଓ ମା’ ପାର୍ବତୀ ପୁଣି ମହାଦେବଙ୍କୁ ପାଛୋଟି ନେବେ ମନ୍ଦିରକୁ। ପ୍ରଭୁ ଲିଙ୍ଗରାଜଙ୍କ ଏହି ଦିବ୍ୟ ଲୀଳାଖେଳା ଦର୍ଶନ ପାଇଁ ସବୁ ବର୍ଷ ଭଳି ଏଥର ମଧ୍ୟ ଲକ୍ଷ ଲକ୍ଷ ଭକ୍ତ ତଥା ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ତେଣୁ ମନ୍ଦିର ପ୍ରଶାସନଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ, ବିଏମ୍ସି ଓ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ଏଣେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରାଇବା ପାଇଁ କମିସନରେଟ୍ ପୁଲିସ୍ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏଥିପାଇଁ ଦୁଇଜଣ ଅତିରିକ୍ତ ଡିସିପିଙ୍କ ନେତୃତ୍ବରେ ୧୨ଜଣ ଡିଏସ୍ପି ରୢାଙ୍କର ଅଧିକାରୀ ଓ ୮୦ଜଣ ଅଫିସର୍ଙ୍କୁ ଦାୟିତ୍ବ ଦିଆଯାଇଛି। ରଥଯାତ୍ରା ପାଇଁ ୧୫ ପ୍ଲାଟୁନ୍ ପୁଲିସ ମୁତୟନ ରହିବେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l