ରାଜ୍ୟ ସ୍ପେଶାଲ ରିପୋର୍ଟ

ଓଡ଼ିଶାକୁ ନିନ୍ଦିତ କର ନାହିଁ: ବିଜେଡି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଟ୍ବିଟ୍‌ ପରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ବିଜେଡି ଓ ବିଜେପି ପରସ୍ପରକୁ ଆକ୍ଷେପ କରିଛନ୍ତି। ଟ୍ବିଟ୍‌ କରି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଠାରେ କାଁଭାଁ ଅପରାଧ ହୁଏ ସତ, ମାତ୍ର ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୁଏ ନାହିଁ। ଦେଶର ଅନେକ ବିଜେପି ଶାସିତ ରାଜ୍ୟଠାରୁ ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି ଯଥେଷ୍ଟ ଭଲ ଅଛି। ତେଣୁ ହୀନ ରାଜନୈତିକ ଉଦ୍ଦେଶ୍ୟକୁ ଚରିତାର୍ଥ କରିବା ପାଇଁ ଏଭଳି ଅପପ୍ରଚାର ଜରିଆରେ ଶାନ୍ତିପ୍ରିୟ ଓଡ଼ିଶାବାସୀ ଓ ଓଡ଼ିଶାକୁ ନିନ୍ଦିତ କରନ୍ତୁ ନାହିଁ।

କେନ୍ଦ୍ର ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶ୍ରୀ ପାତ୍ର ଆହୁରି କହିଛନ୍ତି ଯେ ଜଣେ ବ୍ୟକ୍ତି କିମ୍ବା ଗୋଟିଏ ଗୋଷ୍ଠୀ ଏକ ଅପରାଧ ଘଟାଇଲେ, ପୁଲିସ ଏହାର ତଦନ୍ତ କରି ଅପରାଧୀକୁ କାଠଗଡ଼ା ନେଇଥାଏ। ତେଣୁ ଦୟାକରି ଆପଣ ଅପରାଧ ଭଳି ସ୍ପର୍ଶକାତର ମାମଲାରେ ହୀନ ରାଜନୀତି କରିବା ପାଇଁ ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ। ୨୦୨୧ ମସିହା ଏନ୍‌ସିଆର୍‌ବି ରିପୋର୍ଟ ଅନୁଯାୟୀ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଆସାମ ଓ ହରିଆନା ଭଳି ବିଜେପି ଶାସିତ ରାଜ୍ୟରେ ମହିଳାଙ୍କୁ ବଳାତ୍କାର ମାମଲା, ଓଡ଼ିଶା ତୁଳନାରେ କେତେ ଅଧିକ ଅଛି ତାହା ଆପଣ ଜାଣନ୍ତି ତ? ସେହିପରି ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ଭଳି ବିଜେପି ଶାସିତ ରାଜ୍ୟରେ ହତ୍ୟା ମାମଲା ମଧ୍ୟ ଓଡ଼ିଶା ତୁଳନାରେ ଯଥେଷ୍ଟ ଅଧିକ ରହିଛି।

ଶ୍ରୀ ପାତ୍ରଙ୍କ ମନ୍ତବ୍ୟରେ ପ୍ରତିକ୍ରିୟା ପ୍ରକାଶ କରି ବିଜେପି ବିଧାୟକ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି, ଓଡ଼ିଶାର ଶାସକ ଦଳର ନେତାମାନେ ଓଡ଼ିଶାର ବିପର୍ଯ୍ୟସ୍ତ ଆଇଶୃଙ୍ଖଳାକୁ ଯେତେ ଲୁଚାଇବାକୁ ଚେଷ୍ଟା କଲେ ମଧ୍ୟ ଅପରାଧିକ ତଥ୍ୟକୁ ବଦଳାଇପାରିବେ ନାହିଁ। ଓଡ଼ିଶାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା କାରଣରୁ ଆମର ଶାନ୍ତିପ୍ରିୟ ଲୋକମାନଙ୍କୁ ଏଥିପାଇଁ ବହୁତ କିଛି କ୍ଷତି ସହିବାକୁ ପଡୁଛି। ଲୋକମାନେ ସବୁ ଦେଖୁଛନ୍ତି ଓ ଠିକ୍ ସମୟରେ ଏହାର ଉଚିତ ଜବାବ ଦେବେ। ମନ୍ତ୍ରୀ ନବଦାସଙ୍କ ହତ୍ୟାର ଦୁଇ ମାସ ପରେ ମଧ୍ୟ ହତ୍ୟାର କାରଣ ଜଣାପଡିଲା ନାହିଁ । ମମିତା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବନ୍ଦ ସାହୁଙ୍କ ଜେଲରେ ସନ୍ଦେହଜନକ ମୃତ୍ୟୁ ହେଲା । ମହାଙ୍ଗା ଡବଲ ମର୍ଡର, ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁଙ୍କ ସନ୍ଦେହଜନକ ମୃତ୍ୟୁ, ବରିରେ ଜେଇଙ୍କୁ ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ଓ ତାଙ୍କ ସମର୍ଥକଙ୍କ ଆକ୍ରମଣ ହୋଇଛି । ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ଏକ ଦୁଷ୍କର୍ମର ମୁଖ୍ୟ ଅଭିଯୁକ୍ତ ଅଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।