ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ମାଟ୍ରିକ୍ ଖାତା ମୂଲ୍ୟାୟନ ୩ରୁ, ଆଜି କେନ୍ଦ୍ରରେ ଯୋଗ ଦେବେ ପରୀକ୍ଷକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ଏପ୍ରିଲ୍ ୩ ତାରିଖ ସୋମବାରଠାରୁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଆଜି(ରବିବାର) ଅପରାହ୍‌ଣ ୩ଟାରେ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋ‌ଗଦେବ ଓ ମୂଲ୍ୟାୟନ କେନ୍ଦ୍ରରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ତତ୍ତ୍ବାବଧାନରେ ପରୀକ୍ଷକମାନଙ୍କ ପ୍ରଶିକ୍ଷଣ ବୈଠକ ଅନୁ‌ଷ୍ଠିତ ହେବ।

ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତିଙ୍କ କହିବା ଅନୁସାରେ, ମୂଲ୍ୟାୟନ ପାଇଁ ମୋଟ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତି କରାଯାଇଛି। ସେମାନଙ୍କ ନିଯୁକ୍ତି ବିଷୟରେ ବୋର୍ଡ ୱେବ୍‌ସାଇଟ୍‌ରେ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ପରୀକ୍ଷକମାନେ ମୂଲ୍ୟାୟନ ‌କେନ୍ଦ୍ରରେ ଯୋଗ ଦେବେ ଓ ସେଠାରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ନେତୃତ୍ବରେ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହେବ। ଆସନ୍ତାକାଲି ଯେତିକି ପରୀକ୍ଷକ ଅନୁପସ୍ଥିତ ରହିବେ, ସେମାନଙ୍କ ସ୍ଥାନରେ ‌ୱେଟିଂ ଲିଷ୍ଟରୁ ପରୀକ୍ଷକଙ୍କୁ ଜିଲ୍ଲା ଶିକ୍ଷାଧିକାରୀ ଚୟନ କରି ମୂଲ୍ୟାୟନ କାର୍ଯ୍ୟରେ ନିଯୁକ୍ତି ଦେବେ। ରାଜ୍ୟରେ ମୋଟ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ସବୁ କେନ୍ଦ୍ରରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି। ମୂଲ୍ୟାୟନ ପରେ କେନ୍ଦ୍ରରୁ ଅନ୍‌ଲାଇନରେ ମାର୍କ ପୋଷ୍ଟିଂ କରାଯିବ। ମୂଲ୍ୟାୟନ କାର୍ଯ୍ୟ ୧୦ରୁ ୧୨ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ଉପସଭାପତି ଡକ୍ଟର ମହାନ୍ତି ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ମାଟ୍ରିକ୍, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁ‌ଷ୍ଠିତ ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।