ରାଜ୍ୟ ସ୍ପେଶାଲ ରିପୋର୍ଟ

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଭାରତୀୟ ରେଳପଥରେ ପୂର୍ବତଟ ରେଳପଥ ଚଳିତ ୨୦୨୨-୨୩ର ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହା ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ୨୪୧.୫୧ ନିୟୁତ ଟନ୍ ପଣ୍ୟ ପରିବହନ କରିଛି। ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥ ପ୍ରଥମ ଜୋନ୍ ଭାବେ ଭାରତୀୟ ରେଳରେ ଇତିହାସ ସୃଷ୍ଟି କରିଛି।

ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ପୂର୍ବତଟ ରେଳପଥ ୯.୩୭ ନିୟୁତ ଟନ୍ ଅଧିକ ପଣ୍ୟ ପରିବହନ କରିଛି। ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ୨୩୨.୧୩ ନିୟୁତ ଟନ୍ ପଣ୍ୟ ପରିବହନ କରିଥିଲା।

ପୂର୍ବତଟ ରେଳପଥ ହେଉଛି ଭାରତୀୟ ରେଳର ଏକମାତ୍ର ରେଳପଥ ଯାହା ଚଳିତ ଆର୍ଥିକ ବର୍ଷରେ ଧାର୍ଯ୍ୟ ୨୨୦ ନିୟୁତ ଟନ୍‌, ୨୩୦ ନିୟୁତ ଟନ୍ ଏବଂ ୨୪୦ ନିୟୁତ ଟନ୍ ପଣ୍ୟ ପରିବହନର ମାଇଲଷ୍ଟୋନକୁ ଅତିକ୍ରମ କରିଛି। ଭାରତୀୟ ରେଳ ମନ୍ତ୍ରଣାଳୟ ପୂର୍ବତଟ ପାଇଁ ୨୪୦.୬୦ ନିୟୁତ ଟନ୍ ପଣ୍ୟ ପରିବହନ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା, ଯାହା ୨୦୨୨-୨୩ ଆର୍ଥିକ ବର୍ଷରେ ସଫଳତାର ସହ ହାସଲ ହୋଇଛି।

ଭାରତର ୬୮ଟି ଡିଭିଜନ ମଧ୍ୟରୁ ଖୋର୍ଦ୍ଧା ରୋଡ୍ ଡିଭିଜିନ ଏବଂ ୱାଲ୍ଟିୟର ଡିଭିଜନ ପଣ୍ୟ ପରିବହନରେ ଯଥାକ୍ରମେ ତୃତୀୟ ଏବଂ ଷଷ୍ଠ ସ୍ଥାନ ହାସଲ କରିଛନ୍ତି। ଖୋର୍ଦ୍ଧା ରୋଡ୍ ଡିଭିଜନରେ ୧୫୫.୩୪ନିୟୁତ ଟନ୍‌, ୱାଲ୍ଟିୟର ଡିଭିଜନରେ ୬୯.୬୩ ନିୟୁତ ଟନ୍ ଏବଂ ସମ୍ବଲପୁର ଡିଭିଜନରେ ୧୬.୫୪ ନିୟୁତ ଟନ୍ ପଣ୍ୟ ପରିବହନ କରାଯାଇଛି, ଯାହାଦ୍ୱାରା ଏହି ରେକର୍ଡ ସମ୍ଭବପର ହୋଇପାରିଛି।
ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ସମସ୍ତ ରେଳ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ୩ଟି ଡିଭିଜନର ପରିଶ୍ରମୀ ତଥା ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ଏହି ସଫଳତା ପାଇଁ ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।