ରାଜ୍ୟ

ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ଟି ସଚଳ: କୃଷି ମନ୍ତ୍ରୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ନେଇ ବିଧାନସଭାରେ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ସେ କହିଛନ୍ତି, ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ବେଳେ ୩୬ଟି ସଚଳ ରହିଛି। ଅଚଳ ହୋଇ ପଡ଼ିଥିବା ଶୀତଳ ଭଣ୍ଡାରକୁ ସଚଳ କରିବା ସମ୍ଭବ ନୁହେଁ, କାରଣ ଅଚଳକୁ ସଚଳ କରିବା ବ୍ୟୟବହୁଳ। ସେହି ଟଙ୍କାରେ ନୂଆ ଶୀତଳ ଭଣ୍ଡାର ହୋଇ ପାରିବ।
ରାଜ୍ୟରେ ଶୀତଳ ଭଣ୍ଡାରର ଅଭାବକୁ ଦୂର କରିବା ପାଇଁ ରାଜ୍ୟରେ ୧୦୦୦ଟି ଶୀତଳୀକରଣ ଗୃହ ନିର୍ମାଣ କରିବା ପାଇଁ ସରକାର ଯୋଜନା କରିଛନ୍ତି। ଏହା ସୌରଚାଳିତ ଯନ୍ତ୍ରାଂଶ ଦ୍ୱାରା ଚାଲିବ। ଏହା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପରିଚାଳନାରେ ଚାଲିବ ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।
କୃଷି ମନ୍ତ୍ରୀ ଆହୁରି ସୂଚନା ଦେଇଛନ୍ତି ଯେ ସରକାର ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ୭୦ ପ୍ରତିଶତ ରିହାତିରେ ସବଜି କୁଲର ଯୋଗାଇ ଦେବେ। ଯେଉଁଥିରେ ଚାଷୀମାନେ ସେମାନଙ୍କ ଅମଳ ପନିପରିବା କିଛି ଦିନ ପର୍ଯ୍ୟନ୍ତ ରଖି ପାରିବେ। ଏହାକୁ ଏପ୍ରିଲ ୧ ତାରିଖରୁ ଆରମ୍ଭ କରାଯିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।