ରାଜ୍ୟ ସ୍ପେଶାଲ ରିପୋର୍ଟ

ଏରସମାରେ ପ୍ରସ୍ତାବିତ ଜେଏସ୍‌ଡବ୍ଲୁ ଷ୍ଟିଲ୍‌ ପ୍ଲାଣ୍ଟ୍‌: ଜଙ୍ଗଲ ଜମି ହସ୍ତାନ୍ତର ଉପରେ ହାଇକୋର୍ଟଙ୍କ ରହିତାଦେଶ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

କଟକ : ଜଗତସିଂହପୁର ଜିଲ୍ଲା ଏରସମା ଅଞ୍ଚଳରେ ଢିଙ୍କିଆ, ନୂଆଗାଁ, ଗଡ଼କୁଜଙ୍ଗ ପଞ୍ଚାୟତ ଓ ଆଖପାଖ ଅଞ୍ଚଳର ଜଙ୍ଗଲ ଜମିକୁ ପ୍ରସ୍ତାବିତ ଜେଏସ୍‌ଡବ୍ଲୁ ଷ୍ଟିଲ୍‌ ପ୍ଲାଣ୍ଟ ପ୍ରକଳ୍ପ ପାଇଁ ହସ୍ତାନ୍ତର ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ପ୍ରସଙ୍ଗ ସହ ଜଡ଼ିତ ବିଭିନ୍ନ ଆଇନଗତ ପ୍ରକ୍ରିୟା ଶେଷ ନ ହେବାଯାଏ ଏହି ରହିତାଦେଶ ଜାରିରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆଇନଗତ ଆବଶ୍ୟକତା ପୂରଣ ପରେ ରାଜ୍ୟ ସରକାର ଏହି ପ୍ରସଙ୍ଗରେ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରାଳୟର ଦ୍ବାରସ୍ଥ ହୋଇପାରିବେ ବୋଲି ହାଇକୋର୍ଟ କହିବା ସହିତ ଏ ସଂପର୍କିତ ମାମଲାର ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଜଷ୍ଟିସ ଅରିନ୍ଦମ ସିହ୍ନା ଓ ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାନସ ବର୍ଦ୍ଧନ ଓ ଅନ୍ୟମାନଙ୍କ ତରଫରୁ ଦାୟର ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅଞ୍ଚଳର ଜଙ୍ଗଲ ଜମି ହସ୍ତାନ୍ତର ପାଇଁ ପ୍ରକ୍ରିୟା ଗ୍ରହଣ କରାଯାଇଥିବା ବେଳେ ଜଙ୍ଗଲ ଅଧିକାର ଆଇନ ଓ ନିୟମାବଳୀ ଉଲ୍ଲଂଘନ କରାଯାଇଛି ବୋଲି ଦର୍ଶାଇ ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ କ୍ଷୀରୋଦ କୁମାର ରାଉତ ମାମଲା ପରିଚାଳନା କରୁଥିବା ବେଳେ ଆଇନଜୀବୀ ଜୟନ୍ତୀ ନାୟକ, ସୁରେନ୍ଦ୍ର ରାଉତ, ହୃଷିକେଶ ବରାଳ, ସରୋଜ ଭୂୟାଁ, ଆଜରା ଜମାଲ, ସୁଶାନ୍ତ ଜେନା ଓ ଟି.ଏସ.ସ୍ବରାଜ ସହାୟତା କରୁଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।