ଦେଶ ବିଦେଶ ରାଜନୀତି

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା: ମେ’ ୧୦ରେ ମତଦାନ, ୧୩ରେ ଭୋଟ ଗଣତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିସନର। ମେ’ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ବିଧାନସଭା ଉପନିର୍ବାଚନ ପାଇଁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ ଏପ୍ରିଲ୍‌ ୧୩ ତାରିଖରେ। ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ଏପ୍ରିଲ୍‌ ୨୦ ତାରିଖ। ସେହିପରି, ଏପ୍ରିଲ୍‌ ୨୧ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଆବଶ୍ୟକସ୍ଥଳେ ପ୍ରାର୍ଥୀମାନେ ଏପ୍ରିଲ୍‌ ୨୪ ତାରିଖ ସୁଦ୍ଧା ଦାଖଲ କରିଥିବା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ।

ସୂଚନାଯୋଗ୍ୟ, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ହୋଇଛି ଝାରସୁଗୁଡ଼ା ବିଧାନସଭା ଆସନ। ଏହି ଆସନରେ ଉପନିର୍ବାଚନ ହେବାର ସମ୍ଭାବନା ରହିଥିଲା। ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ଯୋଜନା କରାଯାଇଥିଲା।

୨୦୧୯ ସାଧାରଣ ନିର୍ବାଚନ ପରେ ଓଡ଼ିଶାର ଷୋଡ଼ଶ ବିଧାନସଭା ଗଠିତ ହୋଇଥିଲା। ଏହାର କାର୍ଯ୍ୟକାଳ ଶେଷ‌ ହେବାକୁ ବର୍ଷେରୁ ଅଧିକ ସମୟ ବାକି ଥିବାରୁ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଥିଲା। ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ୬ ମାସରୁ ଅଧିକ ଧରି କୌଣସି ବିଧାନସଭା ଆସନକୁ ଖାଲି ରଖାଯାଇ ପାରିବନାହିଁ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର