ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

କୁନୋ ଜାତୀୟ ଉଦ୍ୟାନରେ ବଢ଼ିଲା ଚିତାବାଘ ସଂଖ୍ୟା, ୪ଛୁଆଙ୍କୁ ଜନ୍ମ ଦେଲା ସିୟାୟା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ: ଚିତାବାଘ ଶାଶାର ମୃତ୍ୟୁ ପରେ କୁନୋ ଜାତୀୟ ଉଦ୍ୟାନରୁ ଆସିଲା ଖୁସି ଖବର। ୪ଛୁଆଙ୍କୁ ଜନ୍ମ ଦେଲା ଚିତାବାଘ ସିୟାୟା। ଏନେଇ ପରିବେଶ ମନ୍ତ୍ରୀ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ନିଜ ଟ୍ୱିଟରେ ଏକ ଫଟୋ ମଧ୍ୟ ସେୟାର କରିଥିବା ଦେଖାଯାଇଛି, ଯେଉଁଥିରେ ବାଘ ଛୁଆ ସ୍ପଷ୍ଟ ଭାବେ ଦେଖାଯାଉଛନ୍ତି।

ପରିବେଶ ମନ୍ତ୍ରୀ ଭୂପେନ୍ଦର ଯାଦବ ଟ୍ୱିଟ୍ କରିଛନ୍ତି ଯେ ଅମୃତ କାଳ ସମୟରେ ଆମର ବନ୍ୟଜନ୍ତୁ ସଂରକ୍ଷଣ ଇତିହାସରେ ଏକ ସ୍ମରଣୀୟ ଘଟଣା! ମୁଁ ସୂଚନା ଦେଇ ଖୁସି ଯେ ସେପ୍ଟେମ୍ବର ୧୭, ୨୦୨୨ରେ ଭାରତକୁ ଆସିଥିବା ୮ଟି ଚିତା ମଧ୍ୟରୁ ଗୋଟିଏ ଚିତା ୪ଛୁଆକୁ ଜନ୍ମ ଦେଇଛି।

ତେ‌ବେ ମାର୍ଚ୍ଚ ୨୭ରେ ଶାଶା ନାମକ ଚିତା କିଡନୀ ସଂକ୍ରମଣ ପାଇଁ ମୃତ୍ୟୁବରଣ କରିବା ପରେ ଏହା ସରକାରଙ୍କ ଚିନ୍ତା ବଢ଼ାଇଥିଲା। ହେଲେ ଏବେ ସିୟାୟା ୪ଛୁଆଙ୍କୁ ଜନ୍ମ ଦେବାରୁ ଦେଶରେ ଖୁସିର ଲହରୀ ଖେଳିଯାଇଛି।

ଉଲ୍ଲେଖଯୋଗ୍ୟ, ଗତ ବର୍ଷ ସେପ୍ଟେମ୍ବର ୧୭ ରେ, ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଜନ୍ମଦିନରେ ନାମ୍ବିଆରୁ ଭାରତକୁ ଅଣାଯାଇଥିବା ୮ ଟି ଚିତାକୁ କୁନୋ ଜାତୀୟ ଉଦ୍ୟାନର ଛାଡ଼ିଥିଲେ । ୧୯୫୨ମସିହାରୁ ଚିତାକୁ ବିଲୁପ୍ତ ଘୋଷଣା କରାଯାଇଥିବା ବେଳେ ୨୦୨୨ରେ ଭାରତ ସରକାର ଆଫ୍ରିକୀୟ ଦେଶ ନାମ୍ବିଆରୁ ୮ଟି ଚିତା ଆଣିବାକୁ ଯୋଜନା କରିଥିଲେ। ଶେ‌ଷରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୮ଟି ଚିତା ଭାରତ ଆସିଥିଲେ। ୮ଜଣକ ମଧ୍ୟରେ ଜଣକର ମୃତ୍ୟୁ ହୋଇସାରିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ