ରାଜ୍ୟ ସ୍ପେଶାଲ ରିପୋର୍ଟ

୪ ଦିନ ଘଡ଼ଘଡ଼ି ସହ ବର୍ଷା, ୩୧ରେ ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁର ପ୍ରବେଶ ଓ ବାୟୁମଣ୍ଡଳର ଉପରି ଭାଗରେ ଥିବା ଶୁଷ୍କ ବାୟୁ ପ୍ରବାହ ଫଳରେ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ିଜନିତ ବର୍ଷା ହେଉଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୯ ତାରିଖ ରାତିରୁ ଦେଶର ଉତ୍ତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବ ଅନ୍ୟ ଏକ ପଶ୍ଚିମା ଝଡ଼। ଏହା ପ୍ରଭାବରେ ୩୧ତାରିଖ ଦିନ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଓ ଯାଜପୁର ଆଦି ୧୦ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ‌ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ୨୯ ତାରିଖ ଦିନ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ।

Skymet Weather

୩୦ ତାରିଖ ଦିନ ପୁଣି ପଶ୍ଚିମ‌ା ଝଡ଼ ପ୍ରଭାବରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବ ଓ ପବନର ବେଗ ୩୦ରୁ ୪୦ କିମି ରହିବ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୋନପୁର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୩୧ ତାରିଖ ଦିନ ରାଜ୍ୟର
ପ୍ରାୟ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷିବ। କଟକ, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ବେଳେ ୭୦ରୁ ୧୧୦ ମିମି ଯାଏ ବର୍ଷା ସମ୍ଭାବନା ରହିଛି। ସେହିଭଳି ଉତ୍ତର ଉପକୂଳ ଓଡ଼ିଶାର ୬ ଯଥା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କନାଳ, ଖୋର୍ଧା ଓ ‌ବୌଦ୍ଧ ଜିଲ୍ଲାରେ ଝଡ଼, ପବନ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଏଣୁ ସାରା ଓଡ଼ିଶା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୩୧ ତାରିଖ ନିମନ୍ତେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅପରପକ୍ଷେ ପଶ୍ଚିମ‌ା ଝଡ଼ ପ୍ରଭାବ ଓ ବିହାରରୁ ଝାଡ଼ଖଣ୍ଡ ମଧ୍ୟ ଦେଇ ଉତ୍ତର ଓଡ଼ିଶା ଯାଏ ଲମ୍ବିଥିବା ନିମ୍ନ ଚାପ ରେଖା ଯୋଗୁଁ ସୋମବାର ଦିନ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନ‌ାଳ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ସଂଧ୍ୟା ସାଢ଼େ ୫ଟା ସୁଦ୍ଧା ପାରଳାଖେମୁଣ୍ଡିରେ ସର୍ବାଧିକ ୩୩.୨ ମିମି ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ୧୦.୨ ମିମି ଓ ଭବାନୀପାଟଣାରେ ୮ ମିମି ବର୍ଷା ହୋଇଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।