ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିବ ଓଡ଼ିଶା ଦିବସ: କୁଆପଥର ବର୍ଷା ସହ ୫୦ କିମି ବେଗରେ ପବନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗି ରହିବ। ମାର୍ଚ୍ଚ ୩୧ ଓ ଏପ୍ରିଲ ପହିଲା ତଥା ଓଡ଼ିଶା ଦିବସରେ କେତେକ ଜିଲ୍ଲାରେ ପଶ୍ଚିମା-ଝଡ଼ ସର୍ବାଧିକ ପ୍ରଭାବ ପକାଇବ। କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ୬ଟି ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବ। ମାତ୍ର ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯିବା ସହ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତାହାକୁ ନଜରରେ ରଖି କୌଣସି ପ୍ରକାର ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏଥିସହ ଘଡ଼ଘଡ଼ି ବିଜୁଳି ଓ ପବନ ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ଲୋକକୁ ପରାମର୍ଶ ଦିଆଯାଇଛି।

The Independent

ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ଗୁରୁବାର ସକାଳ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳ ସହ ବର୍ଷା ହୋଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପଶ୍ଚିମା-ଝଡ଼ର ପ୍ରଭାବ ରହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବ। ମାର୍ଚ୍ଚ ୩୧ ସକାଳ ୮ଟା ୩୦ରୁ ଏପ୍ରିଲ ୧ ସକାଳ ୮ଟା ୩୦ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ହେବ।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କଟକ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ହେବ। ଏପ୍ରିଲ ୨ ତାରିଖ ସକାଳ ସୁଦ୍ଧା ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏପ୍ରିଲ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି।

ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଲେଖାଯାଇଥିବା ଚିଠିରେ କୁହାଯାଇଛି ଯେ ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ଯେକୌଣସି ବିପର୍ଯ୍ୟୟର ମୁକାବିଲା ଲାଗି ସରକାରୀ କଳକୁ ପ୍ରସ୍ତୁତ ରଖ। ଘଡ଼ଘଡ଼ି ବିଜୁଳି ଓ ବର୍ଷା ସମୟରେ ସହରାଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇପାରେ। ସହରାଞ୍ଚଳର ତଳିଆ ଅଞ୍ଚଳରେ ଜଳବନ୍ଦୀ ଭଳି ସମସ୍ୟା ଉପୁଜିପାରେ। ତେଣୁ ସେଥିପ୍ରତି ପ୍ରଶାସନ ସଜାଗ ରହିବା ଆବଶ୍ୟକ। କେଉଁ ଅଞ୍ଚଳରେ କେତେ ବର୍ଷା ହେଲା ସେନେଇ ତୁରନ୍ତ ଏସ୍‌ଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି। ଏଥିସହ ବର୍ଷା, ବିଜୁଳି ଘଡ଼ଘଡ଼ିର କ୍ଷୟକ୍ଷତି ରିପୋର୍ଟ ତୁରନ୍ତ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

ବୁଧବାର ଦିନ ସମୟରେ ଯାଜପୁରରେ ସର୍ବାଧିକ ୪୪ ମିମି ବର୍ଷା ରେକର୍ଡ କରାଯାଇଛି। ବାଲେଶ୍ବର, ଭୁବନେଶ୍ବର, ବାରିପଦା, କେନ୍ଦୁଝର, ତାଳଚେର, ପାରଳାଖେମୁଣ୍ଡିରେ ବର୍ଷା ହୋଇଛି। ଝାରସୁଗୁଡ଼ାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୮.୪ ଡିଗ୍ରି ରେକର୍ଡ ‌କରାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।