ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

କୋଭିଡ୍-୧୯: ପାଞ୍ଚଟି ରାଜ୍ୟରେ ସର୍ବାଧିକ ମାମଲା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ : ଭାରତରେ ଗତ ୨୪ ଘଣ୍ଟାରେ ୨,୧୫୧ ଜଣ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ଯାହା ଗତ ୫ ମାସ ଭିତରେ ସର୍ବାଧିକ। ଏହାଫଳରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧,୯୦୩କୁ ବୃଦ୍ଧି ପାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ମିଳିଛି।

ଗତ ୨୪ ଘଣ୍ଟାରେ ୭ ଜଣ କୋଭିଡ୍ ରୋଗୀ ମୃତ୍ୟୁବରଣ କରିବା ପରେ କୋଭିଡ୍-ଜନିତ ମୃତ୍ୟୁ ସଂଖ୍ୟା ୫,୩୦,୮୪୮ରେ ପହଞ୍ଚିଛି। ଉକ୍ତ ୭ ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରର ୩ ଜଣ, କର୍ଣ୍ଣାଟକର ଜଣେ ଏବଂ ବାକି ୩ ଜଣ କେରଳର। ଦେଶର ମୋଟ ସଦ୍ୟ ସଂକ୍ରମଣ ମାମଲାକୁ ୫ ରାଜ୍ୟର ଅବଦାନ ସର୍ବାଧିକ ରହିଛି। ସେଗୁଡ଼ିକ ହେଉଛି ମହାରାଷ୍ଟ୍ର, ଦିଲ୍ଲୀ, କେରଳ, କର୍ଣ୍ଣାଟକ ଓ ତାମିଲନାଡ଼ୁ।

ମହାରାଷ୍ଟରେ ଗତ ୨୪ ଘଣ୍ଟାରେ ୪୫୦ ଜଣ ନୂଆ ସଂକ୍ରମିତ ହୋଇଛନ୍ତି ଓ ୩ ଜଣଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀରେ ମଙ୍ଗଳବାର ୨୧୪ ଜଣ ନୂଆ ସଂକ୍ରମିତ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ଘଟିଛି। କେରଳରେ ୧୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ସକ୍ରିୟ ରୋଗୀ ସଂଖ୍ୟା ୨,୬୬୨ ରହିଛି ଯାହା ଭାରତରେ ସର୍ବାଧିକ। କର୍ଣ୍ଣାଟକରେ ଗତ ୨୪ ଘଣ୍ଟାରେ ୧୩୫ ଜଣ ନୂଆ ସଂକ୍ରମିତ ହୋଇଥିବା ବେଳେ ତାମିଲନାଡ଼ୁରେ ୧୦୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ