ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

କେନ୍ଦ୍ର ବିରୋଧରେ ଦୁଇଦିନିଆ ଧାରଣାରେ ମମତା ବାନାର୍ଜୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କୋଲକାତା: ରାଜ୍ୟରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି) ତଥା କେନ୍ଦ୍ର ସରକାରଙ୍କ ବିରୋଧରେ ଆଜିଠାରୁ ଦୁଇଦିନିଆ ଧାରଣା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ଆଜି ଧର୍ମତାଲାସ୍ଥିତ ସହିଦ ମିନାର ନିକଟରେ ଧାରଣାରେ ବସିଛନ୍ତି। ଅନ୍ୟପକ୍ଷରେ ଦିଲ୍ଲୀ ସଂସଦ ପରିସରରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଟିଏମ୍‌ସି ସାଂସଦମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ମମତା କହିଛନ୍ତି ଯେ ବିଜେପି ନେତୃତ୍ୱାଧୀନ ସରକାର ରାଜ୍ୟ ପାଇଁ ମନରେଗା ପ୍ରକଳ୍ପ ତଥା ଇନ୍ଦିରା ଆବାସ ଯୋଜନା ବାବଦ ପାଣ୍ଠି ବନ୍ଦ କରି ଦେଇଛନ୍ତି।

ଏଥିସହିତ ଓବିସି ଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି ମଧ୍ୟ ବନ୍ଦ କରି ଦେଇଛନ୍ତି। ୧୨,୦୦୦ କିମି ଗ୍ରାମାଞ୍ଚଳ ରାସ୍ତା ନିର୍ମାଣ ପାଇଁ ଏକ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ଏହାପୂର୍ବରୁ ବାନାର୍ଜୀ ଅଭିଯୋଗ କରିଥିଲେ ଯେ, ପଶ୍ଚିମବଙ୍ଗ କେନ୍ଦ୍ରରୁ ଏହାର ପ୍ରାପ୍ୟ ପାଇନାହିଁ ଏବଂ ଚଳିତବର୍ଷର ବଜେଟରେ ମଧ୍ୟ ରାଜ୍ୟ ପାଇଁ କିଛି ନାହିଁ। ‘ସେଭ୍ ଡେମୋକ୍ରାସି, ଫେଡେରାଲଜିମ୍ ଏବଂ ସଂସଦ’ ପ୍ରସଙ୍ଗରେ ଟିଏମ୍‌ସି ସାଂସଦମାନେ ଏହି ପ୍ରତିବାଦ କରିଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ