ରାଜ୍ୟ

ରାମନବମୀ ଯାତ୍ରା ଦେଖି ଫେରୁଥିବାବେଳେ ଅଘଟଣ: ଗଛକୁ ପିଟିହେଲା ବାଇକ୍, ୩ ମୃତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଓଡ଼ଗାଁ: ଗୁରୁବାର ବିଳମ୍ବିତ ରାତିରେ ଶ୍ରୀରାମ ନବମୀ ଯାତ୍ରା ଦେଖି ଫେରୁଥିବାବେଳେ କୋମଣ୍ଡ ପଥରାସ୍ଥିତ ବୃଦ୍ଧାଶ୍ରମ ନିକଟରେ ବରଗଛକୁ ପିଟି ହୋଇ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

ସୂଚନା ଅନୁଯାୟୀ ଓଡ଼ଗାଁ ଆଦର୍ଶ ଥାନା ରୋହିବାଙ୍କ ପଞ୍ଚାୟତ ମହେଶ୍ବରପୁର ଗ୍ରାମ ସ୍କୁଲ ସାହିର ମାଧବ ପ୍ରଧାନ(୨୦) ପିତା କେଦାର ପ୍ରଧାନ,ସୂର୍ଯ୍ୟକାନ୍ତ ପ୍ରଧାନ (୧୯) ପିତା ବିକ୍ରମ ପ୍ରଧାନ, ରାଜେଶ ନାୟକ ପିତା ହରି ନାଏକ (୧୯) ଓଡ଼ଗାଁକୁ ଘରୁ ରାତି ୮ ଘଟିକାରେ ଶ୍ରୀରାମ ନବମୀ ଯାତ୍ରା ଦେଖିବା ପାଇଁ ଆସିଥିଲେ। ଯାତ୍ରା ଦେଖି ରାତି ୧୨ ଘଟିକା ସମୟରେ ବାଇକ ନଂ ଓଡି ୨୫ ଏନ ୩୨୭୪ ଯୋଗେ ଘରକୁ ଫେରୁଥିବା ସମୟରେ ପଥରା ବୃଦ୍ଧାଶ୍ରମ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଏକ ବରଗଛକୁ ଧକ୍କା ଦେଇଥିଲେ।

ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଉଦ୍ଧାର କରି ୩ ଗୁରୁତରଙ୍କୁ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବାବେଳେ ସୂର୍ଯ୍ୟକାନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରାଜେଶ ଓ ମାଧବଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।