ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .
ଭୁବନେଶ୍ବର : ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ବିଶେଷ କରି ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହୋଇପାରେ। ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ରାଜ୍ୟରେ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ। ଆଜି(ଶୁକ୍ରବାର) ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ଓ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ମଧ୍ୟରେ ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l