ରାଜ୍ୟ ସ୍ପେଶାଲ ରିପୋର୍ଟ

OAS ସ୍ତରରେ ଅଦଳବଦଳ, ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର ୧୯।୧୧ : ଓଡ଼ିଶା ପ୍ରାଶାସନିକ ସେବା (ଓଏଏସ୍‌)ର ୫ଜଣ ଅଧିକାରୀଙ୍କ ବଦଳି କରାଯାଇଛି । ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ପୂର୍ବତନ ସଚିବ ତଥା ଏବେ ସାଧାରଣ ପ୍ରଶାସନ ବିଭାଗର ଯୋଗ ଦେଇଥିବା ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେହିପରି ଜଙ୍ଗଲ ବିଭାଗ ଅତିରିକ୍ତ ସଚିବ ମଧୁସୂଦନ ଦାସଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ କରାଯାଇଛି। ବାଲେଶ୍ୱରର ଅତିରିକ୍ତ ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ଝାରସୁଗୁଡ଼ା ଉପଜିଲ୍ଲାପାଳ, ଝାରସୁଗୁଡ଼ା ଉପଜିଲ୍ଲାପାଳ ଦୟାମୟ ପାଢ଼ୀଙ୍କୁ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ର ଉପଜିଲ୍ଲାପାଳ, କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କୁ ମୟୂରଭଞ୍ଜ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ବୋଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ସଚିବ ଏସ୍‌ ଏନ୍‌ ସାହୁ ସୂଚନା ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।