ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ପୁଣି ୧୦ ଜଣ ସଂକ୍ରମିତଙ୍କ ପ୍ରାଣହାନି: କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି

ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ଭଦ୍ରକ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି।

ଏଣେ ରାଜ୍ୟରେ ଆଜି କମିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୦୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୬୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୩୬, ୨୬୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧,୬୩, ୩୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୪, ୨୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ