ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଆଳି: ଆଜି ସକାଳୁ ବ୍ରାହ୍ମଣୀ ନଦୀର ଏକମାଣିଆ-ଦକ୍ଷିଣଡିହା ନଦୀଘାଟରେ ନୌକା ଦୁର୍ଘଟଣା ଘଟି ଘାଟିଆ ସମେତ ଜଣେ ୧୨ ବର୍ଷର ବାଳକ ନିଖୋଜ ହୋଇଯାଇଛନ୍ତି।
ସକାଳ ୬ଟା ସମୟରେ କେରଡାଗଡରୁ କଟକ ଯାଉଥିବା ଥିବା ଏକ ବସ୍ ଧରିବା ପାଇଁ ଏକମାଣିଆ, ନଳପାହି,ଦକ୍ଷିଣଡିହା ଗ୍ରାମର ପ୍ରାୟ ୪୦ ଯାତ୍ରୀ ଦକ୍ଷିଣଡିହା ନଦୀଘାଟରୁ ଏକ ଯନ୍ତ୍ରଚାଳିତ ଡଙ୍ଗାରେ ବସିଥିଲେ। ବସ୍ ଧରିବା ପାଇଁ ତରବର ହେଉଥିବା ଯାତ୍ରୀମାନେ ନଦୀପଠାରେ ଲାଗିଥିବା ଡଙ୍ଗାକୁ ଦକ୍ଷିଣ ଡିହା ନଦୀଘାଟରୁ ନଦୀ ଭିତରକୁ ଠେଲୁଥିବା ସମୟରେ ଡଙ୍ଗାଟି ହଠାତ୍ କ୍ଷିପ୍ରଗତିରେ ନଦୀ ଭିତରକୁ ଚାଲିଯାଇ ଭାରସାମ୍ୟ ହରାଇ ଗଭୀର ଗଣ୍ଡରେ ବୁଡ଼ି ଯାଇଥିଲା। ଘାଟିଆ ସୁଦର୍ଶନ ସ୍ବାଇଁ ବୁଡ଼ି ଯାଉଥିବା ଯାତ୍ରୀମାନଙ୍କୁ ଜଣକ ପରେ ଜଣେ ଉଦ୍ଧାର କରିଥିଲେ। ହେଲେ ନଦୀରେ ବୁଡ଼ିଥିବା ଦେବେନ୍ଦ୍ର ବେହେରା(୧୨)ଙ୍କୁ ଉଦ୍ଧାର କରିବା ସମୟରେ ଉଭୟେ ଗଭୀର ଜଳରେ ବୁଡି ନିଖୋଜ ହୋଇଯାଇଛନ୍ତି।

ସ୍ଥାନୀୟ ଗ୍ରାମବାସୀମାନେ ଦୀର୍ଘ ସମୟ ଧରି ନଦୀରେ ୨ ନିଖୋଜଙ୍କୁ ଖୋଜୁଥିବା ବେଳେ ବିଳମ୍ବରେ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀ ପହଞ୍ଚିଥିବା ଜଣାପଡ଼ିଛି।ଦକ୍ଷିଣଡିହା ସମେତ କେରଡା ଗଡ ନଦୀଘାଟରେ କାନ୍ଦବୋବାଳି ପଡିଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l