ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପରିବର୍ତ୍ତନ: ୪ରେ ମୟୂରଭଞ୍ଜ ଆସିବେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ମେ ୯ ତାରିଖ ପରିବର୍ତ୍ତେ ୪ ତାରିଖରେ ମୟୂରଭଞ୍ଜ ଆସିବେ ରାଷ୍ଟ୍ରପତି। ୪ ତାରିଖରେ ରାଇରଙ୍ଗପୁରରେ ପହଞ୍ଚିବା ପରେ ପୂର୍ବରୁ ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହି ରାତିରେ ବାରିପଦା ଆସି ସର୍କିଟ୍‌ ହାଉସ୍‌ରେ ରହିବେ। ୬ ତାରିଖରେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।

ଏ ସଂକ୍ରାନ୍ତରେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ ଆଜି ଫୋନ୍‌ ଯୋଗେ ଅବଗତ କରିଥିବା କହିଛନ୍ତି କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ। କାର୍ଯ୍ୟକ୍ରମ ସଅଳ ହେବାକୁ ଥିବାରୁ ଆଗୁଆ ପ୍ରସ୍ତୁତ ହେଉଛୁ ବୋଲି କୁଳପତି ପ୍ରଫେସର ତ୍ରିପାଠୀ କହିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ ମଧ୍ୟ ସମସ୍ତ ବ୍ୟବସ୍ଥା କରୁଛି ବୋଲି ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି ସୂଚନା ଦେଇଛନ୍ତି। ପ୍ରକାଶଥାଉକି, ମେ ୯ ତାରିଖରେ ରାଷ୍ଟ୍ରପତି ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବକୁ ଆସିବାର ଥିଲା। ଏ ନେଇ ଗତ ୨୦ ତାରିଖରେ ରାଷ୍ଟ୍ରପତି ଭବନରୁ ସୂଚନା ଦିଆଯାଇଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।