ରାଜ୍ୟ

ନୂଆପଡ଼ା ଜିଲ୍ଲାରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ: ଥାନାରେ ଅଭିଯୋଗ କଲେ ପରିବାର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି। ମୃତକ ଗୋଡ଼ଫୁଲା ପଞ୍ଚାୟତ ଜୁନାନି ଗାଁର ବାଜେ ବିଭାର(୪୨)।
ପରିବାର ତରଫରୁ କରାଯାଇଥିବା ଅଭିଯୋଗ ଅନୁଯାୟୀ, ନୂଆପଡ଼ା ସଦର ଥାନା ଗୋଡ଼ଫୁଲା ପଞ୍ଚାୟତ ଜୁନାନି ଗାଁର ବାଜେ ବିଭାର(୪୨)ଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ବାଜେ ବିଭାର ଗତକାଲି ଅପରାହ୍ଣ ୨ଟା ସମୟରେ ଗାଁ ପାଖ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇ ସନ୍ଧ୍ୟା ସୁଦ୍ଧା ଘରକୁ ଫେରିନଥିଲେ। ସେ ଘରକୁ ଫେରିନଥିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କଲେ ହେଲେ ପାଇଲେନି। ଆଜି ସକାଳୁ ଲୋକମାନେ ଜଙ୍ଗଲ ଯିବା ସମୟରେ ଯୁନାନୀ ଗାଁର ଡ଼. ଅନିଲ କୁମାର ନାୟକଙ୍କ ଜମିରେ ଥିବା ନଳକୂପ ପାଖରେ ବାଜେ ବିଭାରଙ୍କ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ।

ବର୍ତ୍ତମାନ ସାରା ରାଜ୍ୟରେ ଖରାର ପ୍ରକୋପ ବଢ଼ି ଚାଲିଥିବାରୁ ପରିବାର ତରଫରୁ ଏହା ଏକ ଅଂଶୁଘାତଜନିତ ମୃତ୍ୟୁ ବୋଲି ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ସଦର ଥାନା ପୁଲିସ୍ ପହଞ୍ଚି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।